ରୋଜଗାର ହରାଇଛନ୍ତି ୨୦ଲକ୍ଷ ନିର୍ମାଣ ଶ୍ରମିକ

ସମ୍ବଲପୁର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶକୁ ୨୧ ଦିନର ଲକ୍‌ ଡାଉନ ଘୋଷଣା କରିଛନ୍ତି। ରାଜ୍ୟ ସରକାର ମଧ୍ୟ ସମର୍ଥନ କରି ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ହେଲେ ଏହାର ପ୍ରଭାବ ସିଧାସଳଖ ଭାବେ ଶ୍ରମିକ, ଖଟିଖିଆ, ଦିନମଜୁରିଆଙ୍କ ଭଳି ପରିବାର ଓ ବ୍ୟକ୍ତିବିଶେଷଙ୍କ ଉପରେ ପଡିଛି। ରାଜ୍ୟରେ ୨୦ଲକ୍ଷରୁ ଅଧିକ ନିର୍ମାଣ ଓ କୋଠାବାଡି ଶ୍ରମିକ ଏଥିରେ ପ୍ରଭାବିତ ହୋଇଛନ୍ତି। ଏହାକୁ ନେଇ ହିନ୍ଦ ମଜଦୁର ସଂଘ ସଭାପତି ବିଜୟ ମହାନ୍ତି, ଓଡିଶା ନିର୍ମାଣ ମଜଦୁର ସଂଘ ସାଧାରଣ ସମ୍ପାଦକ ଗୋକୁଳ ମେହେର, ଆବାହକ ସଞ୍ଜିତ ମହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟକୁ ଚିଠି କରି ଅନୁରୋଧ କରିଛନ୍ତି। ସେମାନେ ଉଲ୍ଲେଖ କରିଛନ୍ତି ଯେ, ଏଭଳି ପରିସ୍ଥିତିରେ ଶ୍ରମିକମାନେ ମଧ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ସଚେତନତାକୁ ପାଳନ କରୁଛନ୍ତି । ହେଲେ ପ୍ରତିଦିନ ରୋଜଗାର ହେଲେ ପରିବାର ପ୍ରତିପୋଷଣ ହୋଇଥାଏ। ଏଭଳି ପରିପ୍ରେକ୍ଷୀରେ ଶ୍ରମିକମାନେ ଭୋକ ଉପାସରେ ଡହଳବିକଳ ହେବେ। ରାଜ୍ୟରେ ସମସ୍ତ କାମ ବନ୍ଦ ହୋଇଯାଇଛି। ଏଭଳିକି ରାଜ୍ୟ ବାହାରୁ ମଧ୍ୟ ଶ୍ରମିକମାନେ କାମ ଛାଡି ଘରକୁ ଫେରିଛନ୍ତି । ୩ ସପ୍ତାହ ଧରି କାମ ବନ୍ଦ ହୋଇଗଲେ ଘରେ ମୁଠେ ଦାନା ମଧ୍ୟ ଖାଇବା ପାଇଁ ମିଳିବ ନାହିଁ । ସ୍ବାସ୍ଥ୍ୟଗତ କାରଣ ରହିଲେ ମଧ୍ୟ ଔଷଧ କିମ୍ବା ଚିକିତ୍ସା କରିପାରିବେ ନାହିଁ । ଲକ୍ଷାଧିକ ଶ୍ରମିକ କିଭଳି ଭାବେ ପରିବାର ଚଳାଇବେ ସେ ନେଇ ସରକାର ଚିନ୍ତାକରି ପଦକ୍ଷେପ ନିଅନ୍ତୁ । ଦିଲ୍ଲୀ ଓ ଉତ୍ତରପ୍ରଦେଶ ସରକାର ଯେପରିଭାବେ ଶ୍ରମିକମାନଙ୍କୁ ଆର୍ଥତ୍କ ସାହାଯ୍ୟ ଯୋଗାଇ ଦେଇଛନ୍ତି ସେହିଭଳି ରାଜ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡରେ ଶତାଧିକ କୋଟି ଟଙ୍କା ରହିଛି। ସେହି ଅନୁଦାନରୁ ଏବେ ରାଜ୍ୟ ସରକାର ଶ୍ରମିକମାନଙ୍କୁ ଆର୍ଥତ୍କ ସାହାଯ୍ୟ ଯୋଗାଇ ଦେବାକୁ ଦାବି ହୋଇଛି। ସୂଚନାଯୋଗ୍ୟ ଯେ, ସମଗ୍ର ରାଜ୍ୟରେ ୨୦ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ପଞ୍ଜୀକୃତ ହୋଇଥିବା ବେଳେ ସମ୍ବଲପୁର ଜିଲାରେ ୪୫ ହଜାରରୁ ଅଧିକ ପଞ୍ଜୀକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?