Posted inଖେଳ

ରୋଜର୍ସ କପ୍‌ ଫାଇନାଲରେ ନାଡାଲ

ମଣ୍ଟ୍ରିଲ,୧୧।୮(ଏଏଫ୍‌ପି): ସ୍ପେନ୍‌ ତାରକା ଟେନିସ ଖେଳାଳି ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟ୍ରିଲ ମାଷ୍ଟର୍ସ ଟେନିସ୍‌ ବା ରୋଜର୍ସ କପ୍‌ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ଗୋଟିଏ ହେଲେ ବି ଶଟ୍‌ ନ ଖେଳି ସେ ଫାଇନାଲକୁ ଉଠିଛନ୍ତି। ବିଶ୍ୱର ୨ ନମ୍ବର ଖେଳାଳି ନାଡାଲ ଏଥି ସହିତ କ୍ରମାଗତ ଦ୍ୱିତୀୟଥର ପାଇଁ କାଡ଼ାଡିଆନ ଓପନ୍‌ ଟାଇଟଲ ହାସଲ ଲକ୍ଷ୍ୟରେ ରହିଛନ୍ତି। ଫାଇନାଲରେ ନାଡାଲ ରବିବାର ରୁଷିଆର ଡାନିଲି ମେଡଭେଡେଭଙ୍କୁ ଭେଟିବେ। ଅନ୍ୟ ଏକ ସେମିଫାଇନାଲରେ ମେଡଭେଡେଭ ନିଜ ଦେଶର କାରେନ ଖାଚାନୋଭଙ୍କୁ ୬-୧, ୭-୬ ସେଟ୍‌ରେ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି।
ଟୁର୍ନାମେଣ୍ଟରେ ଟପ୍‌ ସିଡ ମାନ୍ୟତା ପାଇଥିବା ନାଡାଲ ବିନା ମ୍ୟାଚ୍‌ ଖେଳିବାରେ ଟାଇଟଲ ମୁକାବିଲା ଖେଳିବାକୁ ଓ ଗୋଟିଏ ଦିନ ଅତିରିକ୍ତ ବିଶ୍ରାମ ପାଇବାର ସୁଯୋଗ ପାଇଛନ୍ତି। ଗୋଇଠିରେ ଆଘାତ ପାଇବା କାରଣରୁ ମନଫିଲ୍ସ ସେମିଫାଇନାଲ ମ୍ୟାଚ୍‌ରୁ ଓହରିଯାଇଥିଲେ। ଫଳରେ ନାଡାଲ ସିଧାସଳଖ ଓ୍ବାକ୍‌ ଓଭର ପାଇ ଫାଇନାଲରେ ପ୍ରବେଶ କରିଥିଲେ। ତେବେ ଏହାର କିଛି ସମୟ ପୂର୍ବରୁ ମନଫିଲ୍ସ କ୍ୱାର୍ଟର ଫାଇନାଲରେ ସ୍ପେନ୍‌ର ରୋବେର୍ଟୋ ବତିସ୍ତା ଅଗୁଟଙ୍କୁ ୬-୪, ୩-୬, ୭-୬ ସେଟରେ ପରାସ୍ତ କରି ସେମିକୁ ଉଠିଥିଲେ। ଅବଶ୍ୟ ବର୍ଷା ଯୋଗୁ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଆରମ୍ଭ ହେବାରେ ବିଳମ୍ବ ହୋଇଥିଲା।
ଏଥି ସହିତ ୧୮ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ନାଡାଲ କ୍ୟାରିୟରର ୫୧ତମ ଏଟିପି ମାଷ୍ଟର୍ସ ୧୦୦୦ ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମଥର ପାଇଁ ନାଡାଲ ଓ ମେଡଭେଡେଭ ମୁହଁାମୁହିଁ ହେବାକୁ ଯାଉଛନ୍ତି। ନାଡାଲ ପୂର୍ବରୁ ଏହି ଟୁର୍ନାମେଣ୍ଟରେ ୪ଥର ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ବିଜୟୀ ହେଲେ ସେ ୩୫ତମ ଏଟିପି ୧୦୦୦ ମାଷ୍ଟର୍ସ ଟାଇଟଲ ଅର୍ଜନ କରିବେ। ବୁଧବାର ଅନ୍ୟଏକ ସେମିଫାଇନାଲ ମ୍ୟାଚ୍‌ରେ ନାଡାଲ ଇଟାଲୀର ଫାବିଓ ଫୋଗନିନିଙ୍କୁ ୨-୬, ୬-୧, ୬-୨ ସେଟରେ ହରାଇ ସେମିକୁ ଉଠିଥିଲେ। ନିଜ ପ୍ରଦର୍ଶନରେ ନାଡାଲ ସନ୍ତୋଷ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri