ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)। ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ରେ କାହ୍ନୁ ସାମିଲ ହୋଇ ବାଇକ୍‌ରେ ଯାଉଥିଲେ। ଏହି ସମୟରେ ତାଙ୍କ ବାଇକ୍‌ ଚକା ପଙ୍କଚର୍‌ ହେବାରୁ ସେ ଅଟକି ମରାମତି କରିଥିଲେ। ସେତେବେଳକୁ ରାଲି ଆଗକୁ ବଢ଼ି ଯାଇଥିଲା। ପୁଣି ସେଥିରେ ଯୋଗଦେବା ପାଇଁ  କାହ୍ନୁ ଦ୍ରୁତଗତିରେ ଯାଉଥିବାବେଳେ  ଗୋରାପୁର ଛକ ନିକଟରେ ଏକ ଗଛରେ ପିଟି ହୋଇ ଗୁରୁତର ହୋଇପଡିଥିଲେ। ହେଲେ ରାସ୍ତା ଜାମ୍‌ ଥିବାରୁ ତାଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ନିଆଯିବାରେ ବିଳମ୍ବ ହୋଇଥିଲା। କାହ୍ନୁ ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?