ରୋଷେଇ ନିଆଁରୁ ଘର ଜଳିଗଲା

କଣିହାଁ, ୧୭ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ କମରେଇ ପଞ୍ଚାୟତ ଜୁଲିବନ୍ଧ ଗ୍ରାମରେ ଅଗ୍ନିକାଣ୍ଡରେ ଚିତ୍ରା ସାହୁଙ୍କ ଚାଳଘର ସମ୍ପୂର୍ଣ୍ଣ ଜଳିଯାଇଛି । ଏଥିରେ ଘରେ ଥିବା  ସମସ୍ତ ଆସବାବ ପତ୍ର, ଖାଦ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । ରୋଷେଇ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଖବରପାଇ କଣିହାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଡିଓ ରମେଶ ଚନ୍ଦ୍ର ଜେନା, ବ୍ଲକ୍ ଅଧ୍ୟକ୍ଷା ନମିତା ସାହୁ, ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳକୁ ଯାଇ ବିପନ୍ନଙ୍କୁ ଭେଟିଥିଲେ।  ତାଙ୍କୁ ପଞ୍ଚାୟତ ତରଫରୁ ୧୫ ଦିନ ଖାଇବାକୁ ଦିଆଯିବା ସହ ଥଇଥାନ ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri