Posted inଖେଳ

ରୋହିତଙ୍କ ଶତକ: ଭାରତର ପ୍ରତ୍ୟାବର୍ତ୍ତନ

ରାଞ୍ଚି,୧୯।୧୦(ପି.ଟି.)- ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ଲଞ୍ଚ୍‌ ସୁଦ୍ଧା ୨୩ ଓଭରରେ ୩ ଉଇକେଟ ହରାଇ ୭୨ ରନ ସଂଗ୍ରହ କରିଥିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ କରିଛି। ତାରକା ଓପନର ରୋହିତ ଶର୍ମା ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ଦୃଢ଼ ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଭାରତ ପ୍ରଥମ ଦିବସର ଦ୍ୱିତୀୟ ସେସନରେ ୫୦ ଓଭରରେ ୩ ଉଇକେଟ ହରାଇ ୨୦୦ ରନ ସଂଗ୍ରହ କରିଛି। ରୋହିତ ୧୦୭ ରନର ଶତକୀୟ ପାଳି ଓ ରାହାନେ ୭୦ ରନ କରି ଅପରାଜିତ ରହିଛନ୍ତି। ତୃତୀୟ ଉଇକେଟରେ ଏହି ଦୁଇ ବ୍ୟାଟ୍ସମ୍ୟାନ ଅପରାଜିତ ୧୬୧ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଛନ୍ତି। ଓପନର ମୟଙ୍କ ଅଗ୍ରଓ୍ବାଲ ୧୦, ଚେତେଶ୍ୱର ପୂଜାରା ଖାତା ଖୋଲିବା ପୂର୍ବରୁ କାଗିସେ ରାବାଡ଼ାଙ୍କ ଦ୍ୱାରା ଆଉଟ ହୋଇଛନ୍ତି। ସେହିପରି ଅଧିନାୟକ ବିରାଟ କୋହଲି ୧୨ ରନକରି ଅନରିଚ ନୋର୍ଜଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଛନ୍ତି।
ଝାଡଖଣ୍ଡ ବାମହାଦୀ ସ୍ପିନର ଶାହାବାଜ ନଦିମଙ୍କୁ ଅନ୍ତିମ ଏକାଦଶରେ ସ୍ଥାନ ମିଳିଛି ଓ ସେ ଟେଷ୍ଟ ପଦାର୍ପଣ କରିଛନ୍ତି। କୁଲଦୀବ ଯାଦବ କାନ୍ଧରେ ଦେଖାଦେଇଥିବା ଆଘାତ ସମସ୍ୟା ଯୋଗୁ ଦଳରୁ ବାଦ୍‌ ପଡିଥିଲେ। ଫଳରେ ନଦିମଙ୍କୁ ଖେଳିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ସୁଯୋଗ ଦେଇଛି। ଅନ୍ୟପଟେ ଦକ୍ଷିଣ ଆଫ୍ରିକା ଦଳରେ ୫ଟି ପରିବର୍ତ୍ତନ କରାଯାଇଛି। ସିରିଜର ପ୍ରଥମ ଦୁଇଟି ଟେଷ୍ଟ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ଏଥିସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିନପ୍‌ରେ ଭାରତ ୨୦୦ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିଛି। ନ୍ୟୁଜିଲାଣ୍ଡ ୪୦ ପଏଣ୍ଟ ପାଇଁ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri