Posted inଖେଳ

ରୋହିତ, ଧାଓ୍ବନଙ୍କୁ ଚକିତ କଲେ ୧୯ ବର୍ଷୀୟ ଲୋକାଲ ପେସର

ନୂଆଦିଲ୍ଲୀ,୩।୧୧- ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍‌ ପୂର୍ବରୁ ୧୯ ବର୍ଷୀୟ ଲୋକାଲ ପେସର କେଶବ ଦବସ ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କୁ ଚକିତ କରିଦେଇଛନ୍ତି। ସେ ନିଜର ଦକ୍ଷ ବୋଲିଂରେ ରୋହିତଙ୍କୁ ଆଉଟ କରିବା ପରେ ଧାଓ୍ବନଙ୍କୁ ଉଇକେଟ ଓପାଡ଼ି ଦେଇଛନ୍ତି। ଏହି ଘଟଣା ଭାରତୀୟ ଦଳର ଅଭ୍ୟାସ ସେସନରେ ଘଟିଥିଲା। ଏକ ସାକ୍ଷାତ୍‌କାର ଦେଇ କହିଛନ୍ତି, ଦେଶର ଦୁଇ ଦକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରି ଚମତ୍କାର ଅନୁଭବ କରୁଛି। କ’ଣ କହିବି ଜାଣି ପାରୁ ନାହିଁ। ମୋତେ ଦଳୀୟ ବୋଲର ଶାର୍ଦ୍ଦୁଳ ଠାକୁର ପ୍ରଶଂସା କରିଥିଲେ। ରିପୋର୍ଟ ଅନୁଯାୟୀ ଭଲ ଲେନ୍ଥରେ ଓ ଅତ୍ୟଧିକ ବାଉନ୍ସ ଯୋଗୁ ବଲ ରୋହିତଙ୍କ ବ୍ୟାଟ୍‌ର ଏଜ୍‌ ନେଇଥିଲା। କାମଚଳା ଅଧିନାୟକ ବଲ ଫେରାଇବା ପୂର୍ବରୁ କେଶବ ଉଲ୍ଲସିତ ହୋଇ ପବନରେ ମୁଥା ମାରିଥିଲେ। କିନ୍ତୁ ଧାଓ୍ବନଙ୍କୁ କ୍ଲିନ ବୋଲ୍ଡ କରିବା ପରେ ୧୯ ବର୍ଷୀୟ ପେସର କିଛି ରିଆକଶନ ଦେଇ ନ ଥିଲେ। ଅନ୍ତର୍ଜାତୀୟ କ୍ରିକେଟରଙ୍କୁ ବୋଲିଂ କରିବା ତାଙ୍କ ପାଇଁ ନୂଆ ଘଟଣା ନୁହେଁ। ଚଳିତ ବର୍ଷ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ବେଳେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ବୋଲିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri