Posted inଖେଳ

ରୋହିତ ଲା ଲିଗାର ବ୍ରାଣ୍ଡ ଆମ୍ପାସାଡର

ମୁମ୍ବାଇ,୧୩।୧୨(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ସ୍ପାନିଶ୍‌ ଫୁଟବଲ ଲିଗ୍‌ ଲା ଲିଗାର ପ୍ରଥମ ଭାରତୀୟ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ସେ ଏହି କ୍ରମରେ ସ୍ପାନିଶ୍‌ ଫୁଟବଲ କ୍ଲବ ରିୟଲ ମାଡ୍ରିଡ ପାଇଁ ପ୍ରଥମ ଭାରତୀୟ ଭାବେ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ନନ୍‌ ଫୁଟବଲର ଭାବେ ସେ ଲିଗ୍‌ ଇତିହାସ ପ୍ରଥମ ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। ୨୦୧୭ ପରଠାରୁ ଲା ଲିଗା ଭାରତରେ ଫୁଟବଲର ବିକାଶ ନେଇ ପ୍ରୟାସ କରିଆସୁଛି। କ୍ରିକେଟ ଇତିହାସରେ ରୋହିତ ଏକ ମାତ୍ର ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ୩ଟି ଦ୍ୱିଶତକ ଅର୍ଜନ କରିଛନ୍ତି। ୨୬୪ ରନର ଦ୍ୱିଶତକୀୟ ପାଳି ଖେଳି ସେ ବିଶ୍ୱ ରେକର୍ଡ ସ୍ଥାପନ କରିଥିଲେ।
ଲା ଲିଗ୍‌ ସହିତ ଜଡିତ ହୋଇ ବେଶ୍‌ ଆନନ୍ଦିତ ବୋଲି ରୋହିତ କହିଛନ୍ତି। ତୃଣମୂଳ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରି ଲା ଲିଗା ଭାରତୀୟ ଫୁଟବଲ ବିକାଶରେ ସାମିଲ ହୋଇଛି। ଏବେ ଲା ଲିଗା ସହିତ ଭାରତୀୟ ପ୍ରଶଂସକମାନେ ଜଡିତ ହୋଇପାରିବେ ବୋଲି ରୋହିତ କହିଛନ୍ତି। ସାରା ବିଶ୍ୱକୁ ଦୃଷ୍ଟିରେ ରଖିଲେ ଭାରତ ଲା ଲିଗା ପାଇଁ ଏକ ବୃହତ୍‌ ତଥା ଗୁରୁତ୍ୱପୂର୍ଣ୍ଣ ମାର୍କେଟ ବୋଲି ଏହି ଲିଗ୍‌ର ଇଣ୍ଡିଆ ମେନେଜିଂ ଡାଇରେକ୍ଟର ଜୋସ ଆଣ୍ଟୋନିଓ କାଚାଜା କହିଛନ୍ତି। ଭାରତରେ ଫୁଟବଲ୍‌କୁ ନେଇ ବେଶ୍‌ ଆଗ୍ରହ ରହିଛି। ବର୍ତ୍ତମାନ ଭାରତରେ ଏକାଧିକ କ୍ରିକେଟ ସୁପରଷ୍ଟାର ରହିଥିଲେ ମଧ୍ୟ ରୋହିତ ବ୍ରାଣ୍ଡ ଆମ୍ବାସାଡର ପାଇଁ ଉପଯୁକ୍ତ। ଜଣେ ସଫଳ କ୍ରିକେଟର ହୋଇଥିଲେ ମଧ୍ୟ ରୋହିତ ଲା ଲିଗା ତଥା ଫୁଟବଲର ଜଣେ ବଡ଼ ପ୍ରଶଂସକ ବୋଲି କାଚାଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri