Posted inଖେଳ

ରୋହିତ ଶର୍ମା ମୋ ସ୍ତ୍ରୀ ନୁହଁନ୍ତି: ଶିଖର ଧାଓ୍ବନ

ନୂଆଦିଲ୍ଲୀ, ୧୫।୫: ଆଇପିଏଲ ମହାସମର ଶେଷ ହେବା ପରେ ଏବେ ଇଂଲଣ୍ଡରେ ଆୟୋଜିତ ହେବାକୁ ଥିବା ଆଇସିସି କ୍ରିକେଟ ବିଶ୍ୱକପ ଉପରେ ସମସ୍ତଙ୍କ ନଜର ରହିଛି। ଏଥିପାଇଁ ଖେଳାଳିମାନେ ଜୋରସୋର ପ୍ରସ୍ତୁତି ଚଳାଇଛନ୍ତି। ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ବିଶ୍ୱକପ୍‌ରେ ଭଲ ପ୍ରଦର୍ଶନ ପାଇଁ ବେଶ୍‌ ଆଶାବାଦୀ ଅଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଆଇପିଏଲ ଖେଳି ସେ ଦମଦାର ପ୍ରଦର୍ଶନ କରିଛନ୍ତି। ସେ ୧୫ଟି ମ୍ୟାଚ୍‌ ଖେଳି ଦଳ ପକ୍ଷରୁ ସର୍ବାଧିକ ୫୨୧ରନ କରିଥିଲେ। ବିଶ୍ୱକପ୍‌ ପାଇଁ କେତେ ପ୍ରସ୍ତୁତ ଅଛନ୍ତି ବୋଲି ଶିଖରଙ୍କୁ ପଚରାଯିବାକୁ ସେ କହିଛନ୍ତି ଭାରତୀୟ ଦଳ ଏବେ ଭଲ ପ୍ରଦର୍ଶନ କରୁଛି। ବିଶ୍ୱକପରେ ମଧ୍ୟ ତାହା ଜାରି ରହିବ ବୋଲି ସେ କହିଛନ୍ତି। ଓପନିଂ ପାର୍ଟନର୍‌ ରୋହିତ ଶର୍ମାଙ୍କ ସହ ଆପଣ ସମ୍ପର୍କରେ ଅଛନ୍ତି କି ନାହିଁ ବୋଲି ପଚାରାଯିବାରୁ ସେ ମଜାଦାର ଉତ୍ତର ଦେଇ କହିଥିଲେ, ସେ ମୋ ସ୍ତ୍ରୀ ନୁହଁନ୍ତି,ଯାହା ସହ ମୁଁ ସମ୍ପର୍କରେ ରହିବି। ଆମେ ଅନେକ ଦିନରୁ ଭାରତ ପାଇଁ ଏକାଠି ଖେଳିଆସୁଛୁ। ଆମ ଭିତରେ ଉତ୍ତମ ବୁଝାମଣା ରହିଛି। ତେଣୁ ବିଶ୍ୱକପରେ ମଧ୍ୟ ଆରମ୍ଭରୁ ଭଲ ସ୍କୋର କରିବାର ଲକ୍ଷ୍ୟ ରହିଛି ବୋଲି ଶିଖର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri