ଜର୍ମାନୀର ଜିଆଇ୍‌ଜେଡ ପ୍ରତିଷ୍ଠାନ, ଓଡିଶା ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ରାଜ୍ୟର ସହରାଞ୍ଚଳ ବିକାଶରେ ହେବ ସହାୟକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଜର୍ମାନୀର ଜିଆଇଜେଡ ପ୍ରତିଷ୍ଠାନ ଏବଂ ଓଡିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମଧ୍ୟରେ ସୋମବାର ରାଜିନାମା ସ୍ବାକ୍ଷର ହୋଇଛି। ବୁଝାମଣା ସ୍ବାକ୍ଷରିତ ପରେ ରାଜ୍ୟର ସହରାଞ୍ଚଳ ବିକାଶ କ୍ଷେତ୍ରରେ ବଳିଷ୍ଠ ପ୍ରକଳ୍ପକୁ ଏହା ଉତ୍ସାହିତ କରିବ ବୋଲି ମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସେ କହିଛନ୍ତି, ୨୦୧୮ରେ ଜର୍ମାନ ଓ ଭାରତ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରାଳୟ ମଧ୍ୟରେ ହୋଇଥିବା ରାଜିନାମା ଅନୁଯାୟୀ ସ୍ମାର୍ଟସିଟିଗୁଡିକରେ ବିଭିନ୍ନ ବିକାଶ ଓ ଜଳବାୟୁ ପରିବର୍ତ୍ତନ ଆଧାରିତ କାର୍ଯ୍ୟକ୍ରମ ଉପରେ କାର୍ଯ୍ୟାନୁଷ୍ଠାନ ରୂପାୟିତ ହେଉଥିବା ପରିପ୍ରେକ୍ଷୀରେ ଏହି ବୁଝାମଣା ଓଡ଼ିଶା ପାଇଁ ବିଶେଷ ଫଳପ୍ରଦ ହେବ। ଜର୍ମାନର ଏହି ସଂସ୍ଥା ଏବଂ ରାଜ୍ୟର ଗୃହ ଓ ନଗର ଉନ୍ନୟନ ବିଭାଗ ମିଳିତ ଭାବେ ସହରାଞ୍ଚଳରେ ଗରିବଙ୍କ ପାଇଁ ଗୃହ ନିର୍ମାଣ, ମୌଳିକ ସହରୀ ଭିତ୍ତିଭୂମି ଓ ଜଳବାୟୁ ପ୍ରତିରୋଧକ ନିର୍ଘଣ୍ଟକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବ। ରାଜ୍ୟରେ ୧୭ପ୍ରତିଶତ ଅଞ୍ଚଳର ସହରୀକରଣ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଅଧିକ ଲୋକ ସହରୀ ସୁବିଧା ପାଇବାକୁ ଆଗ୍ରହୀ ହେବେ ଓ ସେମାନଙ୍କୁ ଏହି ସୁବିଧା ଉପଲବ୍ଧ କରାଇବା ପାଇଁ ଏହି ରାଜିନାମା ସହାୟକ ହେବ। ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ ବଳରେ ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟରେ ସହରାଞ୍ଚଳ ବିକାଶ ପାଇଁ ଉଦ୍ୟମ ଅବ୍ୟାହତ ରହିବ ଓ ସେଥିରେ ୫-ଟି ମନ୍ତ୍ର ମଧ୍ୟ ପ୍ରତିଫଳିତ ହେବ ବୋଲି ସେ କହିଛନ୍ତି। ବିଭାଗୀୟ ଶାସନ ସଚିବ ଜି. ମାଥିଭାଥନନଙ୍କ ଉପସ୍ଥିତିରେ ଗୃହ ନଗର ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ପ୍ରେମ କୁମାର ଝା, ବିଏମ୍‌ସିର ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ, ସ୍ମାର୍ଟ ସିଟିର ସରୋଜ କୁମାର ସ୍ବାଇଁ ଏହି ରାଜିନାମାରେ ସ୍ବାକ୍ଷର କରିଥିଲେ। ଜର୍ମାନ ପକ୍ଷରୁ ଜିଆଇଜେଡର ପ୍ରକଳ୍ପ ନିର୍ଦ୍ଦେଶକ ସୁଶ୍ରୀ ଟାଞ୍ଜା ଫେଲ୍ଡମ୍ୟାନ ସ୍ବାକ୍ଷର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri