ଲକ୍ଷାଧିକ ଟଙ୍କାର ଗୁଟ୍‌ଖା, ସରଞ୍ଜାମ ଜବତ, ମାଲିକଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୪ା୮-ବଡବଜାର ପୋଲିସ ଶନିବାର ଅପରାହ୍ନରେ ବେଆଇନ ଭାବେ ପ୍ରସ୍ତୁତ ହେଉଥିବା ଗୁଟ୍‌ଖା କାରଖାନାରେ ଚଢାଉ କରିଥିଲା। ପୋଲିସ ଶାର୍ଗୁଣା ସାହିରେ ଥିବା ଏକ ଦୁଇ ମହଲା ଘରୁ ୧.୭୨ ଲକ୍ଷ ଟଙ୍କାର ଗୁଟ୍‌ଖା ଓ ଏଥିରେ ବ୍ୟବହୃତ ପ୍ରସ୍ତୁତି ସାମଗ୍ରୀ ଜବତ କରିବା ସହ ନଂ.୧୨୨/୧୯ରେ ଏକ ମାମଲା ରୁଜୁ କରିଛି। ଘଟଣାସ୍ଥଳରୁ ବେଆଇନ ଭାବେ ପ୍ରସ୍ତୁତ ହୋଇ ବଜାରକୁ ବିକ୍ରି ପାଇଁ ଗଛିତ ଥିବା ୪୨ ବସ୍ତା ଗୁଟ୍‌ଖା, ୨ଟି ପ୍ୟାକିଂ ମେଶିନ ଓ ବିଭିନ୍ନ ବ୍ରାଣ୍ଡର ପଲିଥିନ ଆଦି ଜବତ କରିଥିଲା। ମାଲିକ ନାରାୟଣ ସାହୁ, ତାଙ୍କ ଭାଇ ଟୁକୁନା ଏବଂ ଗୁଟ୍‌ଖା କାରଖାନାରେ କାମ କରୁଥିବା ୨ ଜଣ କର୍ମଚାରୀ ଉତ୍ତମ କୁମାର ସାହୁ ଓ ଶିବରାମ ସାହୁଙ୍କୁ ଗିରଫ କରାଯାଇଥିବା ନେଇ ଥାନାଧିକାରୀ ପ୍ରଶାନ୍ତ କୁମାର ଭୂପତି ସୂଚନା ଦେଇଛନ୍ତି।
ଯେ, ଶାର୍ଗୁଣା ସାହି ୪ର୍ଥ ଲେନ୍‌ର ନାରାୟଣ ଏକ ୨ ମହଲା ଘରେ ବେଆଇନ ଭାବେ ଗୁଟ୍‌ଖା ପ୍ରସ୍ତୁତ କରୁଥିବା ପୋଲିସ ଖବର ପାଇଥିଲା। ଥାନାଧିକାରୀ ଏବଂ ତାଙ୍କ ଟିମ୍‌ ଶନିବାର ଉକ୍ତ କାରଖାନାରେ ଚଢାଉ କରିଥିଲେ। ରବିବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନାଧିକାରୀ ଭୂପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri