ଗୋପାଳପୁର,୨୮।୭-ଗୋଳନ୍ଥରା ଥାନାଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ଶନିବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ଦୁଇଟି ଘରୁ ଚୋରି କରିଥିବା ବେଳେ ଅନ୍ୟ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ଉକ୍ତ ଥାନା ଗୋବିନ୍ଦପୁର ଗ୍ରାମରେ ପ୍ରଫୁଲ୍ଲ ଦାସଙ୍କ ଘରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ସହ ତାଙ୍କ ସ୍ତ୍ରୀଙ୍କ ବେକରୁ ମାଳି ନେଇ ଚମ୍ପଟ ମାରିଛନ୍ତି। ପରେ ତାଙ୍କ ପଡ଼ୋଶୀ ଟି. ଲକ୍ଷ୍ମୀଙ୍କ ଘରୁ ମୂଲ୍ୟବାନ କାଗଜପତ୍ର, ଟିଭି ନେଇଯାଇ ପ୍ରଫୁଲ୍ଲଙ୍କ ଘର ପଛପଟେ ଫିଙ୍ଗିି ଚାଲି ଯାଇଥିଲେ। ଏ ନେଇ ପ୍ରଫୁଲ୍ଲଙ୍କ ପୁଅ ବାବୁଲା ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ରବିବାର ପୋଲିସ ଘଟଣାର ତଦନ୍ତ କରିବା ସହ ନଂ. ୧୮୨/୧୯ରେ ମାମଲା ରୁଜୁ କରିଛି। ପ୍ରଫୁଲ୍ଲ ପରିବାରଙ୍କ ସହ ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ପଛ କବାଟ ଭାଙ୍ଗି ଆଲମିରାରୁ ଟଙ୍କା ଓ ତାଙ୍କ ସ୍ତ୍ରୀ ବେକରୁ ମାଳି ଛିଣ୍ଡାଇ ନେଇଥିଲେ। ସେହିପରି ଉକ୍ତ ଗ୍ରାମର ଧୋବା ଦାସ ପରିବାର ସହ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୃତ୍ତମାନେ ଘର ପଛପଟ କବାଟ ଭାଙ୍ଗୁଥିଲେ। ଧୋବା ଉଠି ପଡ଼ିବାରୁ ସେମାନେ ଚମ୍ପଟ ମାରିଥିଲେ। ପରେ ସିଏଚ୍ ଚେନ୍ନାୟାଙ୍କ ଘର ପଛ କବାଟକୁ ଭାଙ୍ଗି ଦେଇଥିଲେ।
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…
ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି
ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…
ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…
ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…
ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…
ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…
ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରିବାରକୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, ବିଧାୟକ…
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ପୂର୍ବତନ ବ୍ଲକ ଅଧକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳଙ୍କ ଗତ ଶୁକ୍ରବାର ଦିନ ଦେହାନ୍ତ ହୋଇଥିଲା ।…
Archives

