ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

କଟକ ଅଫିସ, ୨୪।୯: ଗତ ସାଧାରଣ ନିର୍ବାଚନରେ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ପ୍ରଭୁ ଜାନି ବିଜୟୀ ହୋଇଛନ୍ତି। ତେବେ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଭୁ ଜାନିଙ୍କ ସହ ସିପିଆଇ(ଏମ୍‌/ଏଲ୍‌)ର ପୂର୍ଣ୍ଣ ମାଣ୍ଡାଙ୍ଗି, ବିଏସ୍‌ପିର ଅନୀତା ସଗରିଆ, ଭାଜପାର କୁମୁଦ ଚନ୍ଦ୍ର ସାଉନ୍ତାଙ୍କ ପ୍ରାର୍ଥିପତ୍ରରେ ତ୍ରୁଟି ରହିଥିବା ଓ ଏହାକୁ ଆଇନ ଅନୁଯାୟୀ ଗ୍ରହଣ କରାଯାଇ ନ ଥିବା ଦର୍ଶାଇ କଂଗ୍ରେସ ପ୍ରାର୍ଥୀ କୈଳାସ ଚନ୍ଦ୍ର କୁଲେସିକା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ହାଇକୋର୍ଟ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାକୁ ଗ୍ରହଣ କରିବା ସହ ପ୍ରତିପକ୍ଷଙ୍କୁ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଅକ୍ଟୋବର ୨୯ରେ ମାମଲାର ପରବର୍ତ୍ତୀ ଶୁଣାଣି ଅନୁଷ୍ଠିତ ହେବ।
କୁଲେସିକା ପିଟିଶନରେ ଦର୍ଶାଇଛନ୍ତି, ନିର୍ବାଚନ ଅଧିକାରୀ ୩ଜଣଙ୍କ ପ୍ରାର୍ଥୀତ୍ତ୍ବ ବେଆଇନ ଭାବେ ଗ୍ରହଣ କରିଛନ୍ତି। ସେହିପରି ଭୋଟ୍‌ ଓ ଗଣତି ସମୟରେ ଅସାଧୁ ଉପାୟ ଅବଲମ୍ବନ କରାଯାଇଛି। କୁଲେସିକାଙ୍କ ପକ୍ଷରୁ ଆଇନଜୀବୀ ବିଦ୍ୟାଧର ମିଶ୍ର, ତରଣୀକାନ୍ତ ବିଶ୍ୱାଳ, ରଶ୍ମୀରେଖା ପଣ୍ଡା, ପୁଷ୍ପରାଜ ଭରଦ୍ୱାଜ, ଭବାନୀଶଙ୍କର ପାଣିଗ୍ରାହୀ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri