Posted inଖେଳ

ଲକ୍ଷ୍ୟ ସେନ୍‌ଙ୍କୁ ଟାଇଟଲ

ସାର୍‌ବ୍ରକେନ (ଜର୍ମାନୀ), ୪ା୧୧(ପି.ଟି.)-ଭାରତର ଲକ୍ଷ୍ୟ ସେନ୍‌ କ୍ରମାଗତ ଦ୍ୱିତୀୟ ଥର ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ ସୁପର ୧୦୦ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ସାର୍‌ଲର୍‌ଲକ୍ସ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ରୋମାଞ୍ଚକ ଫାଇନାଲରେ ସେ ଚାଇନାର ଓ୍ବେଙ୍ଗ୍‌ ହଙ୍ଗ୍‌ ୟାଙ୍ଗ୍‌ଙ୍କୁ୧୭-୨୧, ୨୧-୧୮, ୨୧-୧୬ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ ଜିତିବା ଲାଗି ତାଙ୍କୁ ୫୯ ମିନିଟ୍‌ ସମୟ ଲାଗି ଥିଲା। ସିଜନରେ ଏହା ହେଉଛି ତାଙ୍କର କ୍ରମାଗତ ତୃତୀୟ ସିଙ୍ଗଲ୍ସ ଟାଇଟଲ। ଏହାପୂର୍ବରୁ ସେ ବେଲିଜିଆନ ଇଣ୍ଟରନ୍ୟାଶନାଲ ଚ୍ୟାଲେଞ୍ଜ ଏବଂ ଡଚ୍‌ ଓପନ ସୁପର ଟୁର୍‌ ୧୦୦ ଟାଇଟଲ ଜିତିଥିବାବେଳେ ପଲିଶ୍‌ ଓପନ ଫାଇନାଲରେ ପ୍ରବେଶ କରିଥିଲେ। ବିଶ୍ୱର ୫୧ ନମ୍ବର ମାନ୍ୟତାପ୍ରାପ୍ତ ସେନ୍‌ ଏସିଆନ ଜୁନିୟର ଚାମ୍ପିୟନଶିପ୍‌ ଜିତିଛନ୍ତି। ଗତବର୍ଷ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ରେ ଏକ ବ୍ରୋଞ୍ଜ ଜିତିଥିବା ଏହି ଉଦୀୟମାନ ଖେଳାଳି ସିନିୟର ସର୍କିଟରେ ତାଙ୍କ ପ୍ରଭାବ ପ୍ରଦର୍ଶନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri