ଲକ୍‌ଡାଉନକୁ କଡ଼ାକଡ଼ି କଲେ ତହସିଲଦାର

ବନ୍ତ, ୯।୪(ଡି.ଏନ.ଏ.)-କରୋନା ମହାମାରୀ ସାରା ବିଶ୍ୱକୁ ଭୟଙ୍କର ପରିସ୍ଥିତିକୁ ଟାଣି ନେଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକଡାଉନ୍‌ କରିଛନ୍ତି । ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରାଯିବା ସହ ବିନା କାରଣରେ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଭଦ୍ରକ ଜିଲା ବନ୍ତ ବ୍ଲକରେ ତହସିଲଦାର ଇନ୍ଦିରା ସାହୁ ଲକ୍‌ଡାଉନ ଆଇନକୁ କଡାକଡି କରିବାକୁ ପଦକ୍ଷେପ ନେଇଛନ୍ତି। ବନ୍ତ ସଦର ମହକୁମା ସମେତ ଆଗରପଡା, କେନ୍ଦୁଆପଦା, ଗଣିଜାଙ୍ଗ ଭଳି ମୁଖ୍ୟ ବଜାର ଅଞ୍ଚଳ ପରିଦର୍ଶନ କରି ଆଇନ ଉଲ୍ଲଂଘନକାରୀଙ୍କ ଉପରେ କଡା ପଦକ୍ଷେପ ଗ୍ରହଣ କରୁଥିବା ଦେଖାଯାଉଛି। ଗୁରୁବାର ସକାଳଠାରୁ ବନ୍ତସ୍ଥିତ କେନ୍ଦୁଆପଦା ଛକରେ ସେ ନିଜେ ଛିଡା ହୋଇ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ନଜର ରଖିଛନ୍ତି । ବିନାକାରଣରେ ବାହାରକୁ ବାହାରିଥିବା, ମାସ୍କ ବ୍ୟବହାର କରି ନ ଥିବା ଏବଂ ବାଇକ୍‌ କିମ୍ବା ଚାରିଚକିଆଯାନ ଚାଳକଙ୍କ ଉପରେ ଆକ୍ସନ୍‌ ନେଉଛନ୍ତି । ଅପରପକ୍ଷେ ମଙ୍ଗଳବାରଠାରୁ ବାଇକ୍‌, ଚାରିଚକିଆଯାନ ଉପରେ କଟକଣା ଲାଗୁ ହେବା ପରେ ଗୁରବାରଠାରୁ ରାସ୍ତାରେ ବାଇକ୍‌, ଚାରିଚକିଆଯାନ ଚଳାଚଳ ଏକପ୍ରକାର ଠପ୍‌ ହୋଇଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ ଓ ଡାକ୍ତରଖାନାକୁ ଯାଉଥିବା ଲୋକଙ୍କ ପାଇଁ ଆଇନକୁ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?