ଲକ୍‌ଡାଉନରୁ ଶଟ୍‌ଡାଉନ ସ୍ଥିତି ଆଣନ୍ତୁ ନାହିଁ

ଫୁଲବାଣୀ ଅଫିସ, ୬ା୪- ସମଗ୍ର ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ଏବେ ବଢ଼ି ଚାଲିଛି। କନ୍ଧମାଳ ଜିଲାବାସୀଙ୍କୁ ଏଥିରୁ ସୁରକ୍ଷା ଦେବାକୁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ ବାହିନୀ ତରଫରୁ ଆବଶ୍ୟକୀୟ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରାଯାଉଛି। ପନିପରିବା, ତେଜରାତି, ଆଦି ସାମଗ୍ରୀ କ୍ରୟ କରିବାବେଳେ ଜନସାଧାରଣ ଏହାକୁ ଗୁରୁତ୍ୱର ସହିତ ଗ୍ରହଣ କରୁ ନ ଥିବା ପରିଲକ୍ଷିତ ହେଉଛି। ସେମାନଙ୍କ ବିରୋଧରେ ଅଧିକ କଠୋର ପଦକ୍ଷେପ ଗ୍ରହଣ କରିବାକୁ ନିଷ୍ପତି ନିଆଯାଇଛି। ଅତ୍ୟନ୍ତ ଜରୁରୀ ନଥିଲେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଉଛି। ଯଦି ବାହାରକୁ ବାହାରିବା ନିତାନ୍ତ ଆବଶ୍ୟକ, ତେବେ ମାସ୍କ କିମ୍ବା ରୁମାଲ, ଲୁଗା କାନି ବା ଓଢ଼ଣି ଦ୍ୱାରା ନାକ ଓ ପାଟିକୁ ଘୋଡ଼ାଇ ରଖନ୍ତୁ। ସାମଗ୍ରୀ କ୍ରୟ କରିବା ପାଇଁ ପୌର ପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ ଫୋନ୍‌ ଯୋଗେ ସାମଗ୍ରୀ କ୍ରୟ କରନ୍ତୁ। ପନିପରିବା ଏବଂ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ କ୍ରୟ ପାଇଁ ପ୍ରତ୍ୟହ ନ ଆସି, ୪/୫ ଦିନ ବ୍ୟବଧାନରେ ପରିବାରର ଜଣେ ଆସନ୍ତୁ। କ୍ରୟ ବିକ୍ରୟ ବେଳେ ସାମାଜିକ ଦୂରତ୍ୱ ରକ୍ଷା କରନ୍ତୁ। ସାମାଜିକ ଦୂରତା ନ ରଖିଲେ ସମ୍ପୃକ୍ତ ଦୋକାନକୁ ସାମୟିକ ଭାବେ ବନ୍ଦ କରାଯିବ ବୋଲି ପ୍ରଶାସନ ତରଫରୁ ଚେତାବନୀ ଦିଆଯାଇଛି। ଆବଶ୍ୟକ ସ୍ଥଳେ, କ୍ରେତା ଓ ବିକ୍ରେତା ଉଭୟଙ୍କ ବିରୋଧରେ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ଜିଲାକୁ ଲକ୍‌ଡାଉନ୍‌ ସ୍ଥିତିରୁ ସଟ୍‌ଡାଉନ୍‌ ସ୍ଥିତିକୁ ଆଣିବାକୁ ଦିଅନ୍ତୁ ନାହିଁ। ଅଯଥା ଗୁଜବରୁ ଦୂରେଇ ରୁହନ୍ତୁ। ନିଜ ପରିବାରର ଏବଂ ନିଜ ଅଞ୍ଚଳର ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri