ଲକ୍‌ଡାଉନରେ ଅସଲି ହିରୋ ପାଲଟିଲେ ବଲିଉଡ୍‌ର ଏହି ଖଳନାୟକ

ମୁମ୍ବାଇ: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣ ଅନ୍ୟପଟେ ଲକ୍‌ଡାଉନ। ଏହା ଏବେ ଅନେକଙ୍କ ଜୀବନରେ ନାନା ପ୍ରକାର ଅସୁବିଧା ସୃଷ୍ଟି କରିଛି। ଆଉ ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଥିବା ଦେଖିବାକୁ ମିଳିଛି। ହେଲେ ଲକ୍‌ଡାଉନ୍‌ ପିରିୟଡରେ ଅସଲ ହିରୋ ପାଲଟିଛନ୍ତି ବଲିଉଡ୍‌ ଫିଲ୍ମରେ ଖଳନାୟକ ଚରିତ୍ରରେ ନଜର ଆସିଥିବା ସୋନୁ ସୁଦ। ମୁମ୍ବାଇରେ ମେଡିକାଲ ଷ୍ଟାଫଙ୍କ ପାଇଁ ନିଜ ହୋଟେଲ ଦେଇଦେବା କଥା କୁହନ୍ତୁ ଅବା ଭୋକିଲା ପେଟକୁ ଖାଦ୍ୟ ଯୋଗାଇବା କୁହନ୍ତୁ ପୁଣି ପଞ୍ଜାବରେ ଡାକ୍ତରମାନଙ୍କୁ ୧,୫୦୦ରୁ ଊଦ୍ଧ୍ୱର୍ର୍ ପିପିଇ କିଟ୍‌ ପ୍ରଦାନ କରିଛନ୍ତି ସୋନୁ। ଆଉ ଏବେ ସେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବାରେ ସାହାଯ୍ୟ କରୁଛନ୍ତି ଏହି ବଲିଉଡ୍‌ ଖଳନାୟକ। ନିକଟରେ ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି, ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକମାନେ ରାଜ ରାସ୍ତାରେ ଯେମିତି ଚାଲି ଚାଲି ଯାଉଛନ୍ତି ତାକୁ ଦେଖିବା ପରେ ସେ ଗ୍ରାଉଣ୍ଡ ଲେବଲକୁ ଆସି କାମ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। ଅବଶ୍ୟ ଗ୍ରାଉଣ୍ଡ ଲେବଲକୁ ଯାଇ କାମ କରିବାର ଆଗ୍ରହ ତାଙ୍କର ବହୁ ପୂର୍ବରୁ ଥିଲା। ଏବେ ଏମିତି ଏକ ସୁଯୋଗ ମିଳିଥିବାରୁ ସେ ପ୍ରବାସୀଙ୍କୁ ସାହାଯ୍ୟ କରିବାକୁ ଚାଲିଆସିଥିବା କହିଛନ୍ତି। ଇନଷ୍ଟ୍ରାଗ୍ରାମ ମାଧ୍ୟମରେ ଯିଏ ତାଙ୍କୁ ସାହାଯ୍ୟ ମାଗୁଛି ସେ ତା’ର ସାହାଯ୍ୟ କରୁଛନ୍ତି। ଏମିତିକି ଲୋକଙ୍କ ଡିଟେଲ୍ସ ମାଗି ଫୋନ ନମ୍ବର ମାଗି ସେ ତାଙ୍କୁ ସେମାନଙ୍କ ଘରେ ପହଞ୍ଚାଉଛନ୍ତି। ବିହାରର ମୂଳ ବାସିନ୍ଦା ସୋନୁ ନିକଟରେ ଜଣେ ବିହାରୀ ପ୍ରବାସୀଙ୍କୁ ଇନଷ୍ଟାଗ୍ରାମରେ ନିଜର ଡିଟେଲ୍‌ସ ଦେବାକୁ କହିଥିବା ଦେଖାଯାଇଛି। ତା’ହେଲେ ଯାଇ ସେ ତାଙ୍କୁ ଘରେ ପହଞ୍ଚାଇବାର ବ୍ୟବସ୍ଥା କରିବେ। ଏଥିପାଇଁ ସୋନୁ ଆବଶ୍ୟକ ଥିବା ସମସ୍ତ ଅନୁମତି ନେଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri