ଲକ୍‌ଡାଉନରେ ନିର୍ଯାତିତ ଠିକା ଶ୍ରମିକ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାମାରୀ କରୋନାକୁ ନେଇ ସାରାଦେଶରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ କଳକାରଖାନା ଉପରେ ପଡିଛି । ଏଥିରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଯେମିତି ପ୍ରଭାବିତ ନ ହେବେ ଏଥିପାଇଁ ସରକାର କେତେକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ତେବେ ଓପିଜିସିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ଦେଖାଦେଇଛି ।
ଖାଇବାକୁ ନ ମିଳିବାରୁ ୬ଜଣ ଠିକା ଶ୍ରମିକ ଶନିବାର ଓପିଜିସିରୁ ବାହାରି ନିଜ ଘର ଉତ୍ତରପ୍ରଦେଶ ଯିବା ପାଇଁ ୧୦ କିଲୋମିଟର ଚାଲି ଚାଲି ଲଖନପୁର ନିକଟ ବେହେରାଗୁଡାରେ ପହଞ୍ଚିଥିଲେ। ଏ ସମ୍ପର୍କରେ ଖବର ପାଇ କେତେକ ଗଣମାଧ୍ୟମ ପ୍ରତିନିଧି ସେଠାରେ ପହଞ୍ଚି ଶ୍ରମିକମାନଙ୍କୁ ପଚରାଉଚରା କରିଥିଲେ। ପରେ ଏ ନେଇ ସେମାନେ ଜିଲା ପ୍ରଶାସନ ଓ ଜିଲା ଶ୍ରମ ବିଭାଗର ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ଜାଣିବା ପରେ ଜିଲା ଶ୍ରମ ଅଧିକାରୀ କୃଷ୍ଣମୋହନ ରାଉତ ଓପିଜିସି କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ । ଓପିଜିସିର ବରିଷ୍ଠ ଅଧିକାରୀ ପି.କେ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ବିଜିଆର ଠିକାସଂସ୍ଥାର ଏକ ଗାଡି ଯାଇ ଶ୍ରମିକମାନଙ୍କୁ ଅଧା ରାସ୍ତାରୁ ଫେରାଇ ଆଣିଛି। ଶ୍ରମିକମାନେ ଏବେ ପମ୍ପହାଉସ ଲେବର କ୍ୟାମ୍ପରେ ହିଛନ୍ତି। ସେମାନେ ନିଜ ଘର ଉତରପ୍ରଦେଶ ଯିବା ପାଇଁ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ଜିଲା ଶ୍ରମ ଅଧିକାରୀ ରାଉତ କହିଛନ୍ତି ।
ଉଲ୍ଲେଖଯୋଗ୍ୟ, ଓପିଜିସିରେ କାର୍ଯ୍ୟରତ ବିଜିଆର୍‌ ଏନର୍ଜି ନାମକ ଠିକାସଂସ୍ଥା ଅଧୀନରେ ରହିଥିବା ସବକଣ୍ଟ୍ରାକ୍ଟର ଏଭି କନ୍‌ଷ୍ଟକଶନରେ ଏହି ଶ୍ରମିକମାନେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନରେ ଶ୍ରମିକମାନେ ବସିରହିବା ଫଳରେ ସବ୍‌କଣ୍ଟ୍ରାକ୍ଟର ସେମାନଙ୍କୁ ଖାଇବାକୁ ଦେଇ ନ ଥିଲେ। ଭୋକ ଉପବାସରେ ୧୫ଦିନ ରହିବା ପରେ ସେମାନେ ନିଜ ଘରକୁ ଯିବା ପାଇଁ ଚାହିଁଥିଲେ । ଏ ନେଇ ଲଖନପୁର ବ୍ଲକ, ତହସିଲ, ପଞ୍ଚାୟତ କାର୍ଯ୍ୟାଳୟ ଓ ଥାନାକୁ ଯାଇ ନିରାଶ ହେବା ପରେ ଚାଲି ଚାଲି ଯିବା ପାଇଁ ସ୍ଥିର କରିଥିଲେ । ଏ ସମ୍ପର୍କରେ ଠିକାସଂସ୍ଥା ଜାଣିଥିଲେ ମଧ୍ୟ ଶ୍ରମିକମାନଙ୍କୁ ଯିବା ପାଇଁ ବାରଣ କରି ନ ଥିଲେ । ଫଳରେ ଶ୍ରମିକମାନେ ଘର ଅଭିମୁଖେ ଚାଲି ଚାଲି ବାହାରିଥିବୋଲି ସେମାନେ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri