ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ବୁଧବାର ଯାଜପୁର ରୋଡ ଗଣେଶ ମାର୍କେଟସ୍ଥିତ ଏକ ଆଳୁ ଓ ପିଆଜ ଦୋକାନରେ ଲୋକଙ୍କ ଗହଳି ପରିଲକ୍ଷିତ ହୋଇଛି। ସେହିପରି ଷ୍ଟେଶନ ମାର୍କେଟରେ ଥିବା ଏକ ଔଷଧ ଦୋକାନରେ ସାମାଜିକ ଦୂରତା ରକ୍ଷା କରାଯାଉ ନ ଥିବା ଦେଖିବାକୁ ମିଳିଛି। ଏହାସହ ଲୋକେ ବିନା କାରଣରେ ବାଇକ୍‌ ଧରି ବୁଲୁଥିବାର ଦେଖାଯାଇଛି। ଅନ୍ୟପକ୍ଷେ ସହରର ଗୋପବନ୍ଧୁ ଛକ, ଚୋର୍ଦ୍ଦାଛକ, ଗଣେଶ ମାର୍କେଟ, ଦଳା ପ୍ରଭୃତି ଅଞ୍ଚଳରେ ଲୋକଙ୍କ ଭିଡ ଜମୁଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ୩ ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣାକୁ ଲୋକେ ସେତେଟା ଗୁରୁତ୍ୱ ଦେଉ ନ ଥିବା ମନେ ହୋଇଛି। ଜିଲାପାଳ ନିଜେ ଫ୍ଲାଗମାର୍ଚ୍ଚ କରିଥିଲେ ହେଁ ବାଇକ, ସ୍କୁଟି ଚଳାଚଳ ସଂଖ୍ୟା ହ୍ରାସ ପାଉନାହିଁ। ଫଳରେ କରୋନା ମୁକାବିଲା ନେଇ ଯାଜପୁର ରୋଡ୍‌ ଅଞ୍ଚଳରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri