ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କଲେ ମୋଦି

ନୂଆଦିଲ୍ଲୀ,୨୬ା୩(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘାତକ କରୋନା ଭାଇରସ୍‌ ପରିପ୍ରେକ୍ଷୀରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମହାଭାରତ ଯୁଦ୍ଧ ସହ ତୁଳନା କରିଛନ୍ତି। ନିଜ ସଂସଦୀୟ କ୍ଷେତ୍ର ବାରାଣସୀର ଜନତାଙ୍କୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ବୋଧିତ କରି ମୋଦି କହିଛନ୍ତି, ମହାଭାରତ ଯୁଦ୍ଧ ୧୮ ଦିନ ଧରି ଚାଲିଥିଲା। ଏବେ କୋଭିଡ୍‌-୧୯ ବିରୋଧରେ ଆମେ ୨୧ ଧରି ଲଢ଼େଇ କରିବା। ଭଗବାନ ଶ୍ରୀକୃଷ୍ଣ ମହାରାଭାରତ ଯୁଦ୍ଧ ବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଆଜି କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଦେଶ ଜିତିବ। ଏହି ଯୁଦ୍ଧ ୧୩୦ କୋଟି ଭାରତୀୟ ଯୋଦ୍ଧାଙ୍କର। କାଶୀର ଜନତାଙ୍କୁ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାକୁ ପଡ଼ିବ।
ଆହୁରି କହିଥିଲେ, କେତେଜଣ ବ୍ୟକ୍ତି କରୋନା ଭାଇରସ୍‌ ବିରୋଧରେ ଲଢ଼େଇ କରୁଥିବା ଡାକ୍ତର, ଏୟାରଲାଇନ୍ସ କ୍ରିଉ ଓ ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରୁଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏହି ଘାତକ ଭୂତାଣୁ ଧନୀ ଓ ଗରିବ ମଧ୍ୟରେ ତଫାତ୍‌ ଦେଖେନାହିଁ। ତେଣୁ ସମସ୍ତେ ସାମାଜିକ ଦୂରତ୍ୱ ବଜାୟ ରଖି ନିଜ ନିଜ ଘରେ ରୁହନ୍ତୁ। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ସାରା ଭାରତରେ ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରିବା ଲାଗି ମଙ୍ଗଳବାର ରାତିରେ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri