ଲକ୍‌ଡାଉନ୍‌ରେ ଫି ମାଗୁଛନ୍ତି ଘରୋଇ ସ୍କୁଲ, କଲେଜ

ବ୍ରହ୍ମପୁର ଅଫିସ,୫ା୬- କୋଭିଡ୍‌-୧୯କୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ ରହିଛି। ଏଭଳି ସ୍ଥିତିରେ କେତେକ ଘରେଇ ସ୍କୁଲ ଓ କଲେଜ ଫି ପାଇଁ ଅବିଭାବକଙ୍କ ଉପରେ ଚାପ ପ୍ରୟୋଗ କରୁଥିବା ଅଭିଯୋଗ ହୋଇଛି। ଫି ଛାଡ କରିବା ନେଇ ଘରୋଇ ସ୍କୁଲ ଓ କଲେଜକୁ ତାଗିଦ୍‌ କରିବାକୁ ଦାବି ହୋଇଛି। ଗୁରୁବାର ଏନେଇ ଗଞ୍ଜାମ ଜିଲା ଛାତ୍ର କଂଗ୍ରେସ ଦକ୍ଷିଣାଞ୍ଚଳ ଆରଡିସିଙ୍କୁ ଦାବିପତ୍ର ପ୍ରଦାନ କରିଛି। ପିଲାଙ୍କ ପରିବାରର ଆର୍ଥିକ ଅବସ୍ଥା ଦୁର୍ବଳ ହୋଇପଡିଛି। ଏଭଳି ସ୍ଥିତିରେ ଘରୋଇ ସ୍କୁଲ ଓ କଲେଜ କର୍ତ୍ତୃପକ୍ଷ କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ୍‌ ସମୟ ଅର୍ଥାତ ମାର୍ଚ୍ଚରୁ ମେ ପର୍ଯ୍ୟନ୍ତ ୩ ମାସର ଫି ଦେବାକୁ ଅଭିଭାବକଙ୍କୁ ଚାପ ପ୍ରୟୋଗ କରୁଥିବା ଦଳ ପକ୍ଷରୁ କୁହାଯାଇଛି। ଏନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯିବା ସହ ଘରୋଇ ସ୍କୁଲ ଓ କଲେଜ କର୍ତ୍ତୃପକ୍ଷ ଉକ୍ତ ମାସର ଫି ଛାଡ କରିବାକୁ ନିର୍ଦ୍ଦେଶ ଦେବାକୁ ଦଳ ଦାବି କରିଛି। ଦାବି ପୂରଣ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ ଅଧିକ ତୀବ୍ର ହେବା ନେଇ ଚେତାବନୀ ଶୁଣାଇଥିଲେ। ଦାବିପତ୍ର ପ୍ରଦାନ ବେଳେ ଜିଲା ଛାତ୍ର କଂଗ୍ରେସ ସଭାପତି ବିଜୟ ରାଜ ପାଣିଗ୍ରାହୀ,ନଗର ସଭାପତି ପତିତପାବନ ଗନ୍ତାୟତ, ଜିଲା ସାଧାରଣ ସମ୍ପାଦକ ଜଗନ୍ନାଥ ପଲେଇ, ଜିଲା ଉପସଭାପତି ରାଜୀବ ରମଣ ଖୁଣ୍ଟିଆ, ରୁଦ୍ରପ୍ରସାଦ ଖଟୁଆ, ତତ୍‌ସତ୍‌ ସୁବୁଦ୍ଧି ଓ ତନ୍ମୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri