ଲକ୍‌ଡାଉନ୍‌ରେ ବି ଜାରି ରହିଛି ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ: ଖର୍ଚ୍ଚ ହେବ ୧୮୦୦ କୋଟି

ହାଇଦ୍ରାବାଦ,୨୮।୫: କରୋନା ମହାମାରୀରେ ମଧ୍ୟ ତେଲଙ୍ଗାନାରେ ନିର୍ମିତ ହେଉଥିବା ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ ଅଟକି ଯାଇନାହିଁ। ଏହି ମନ୍ଦିର ସ୍ଥାନୀୟ ୟଦାଦ୍ରୀ ଭୁବନଗିରି ଜିଲାରେ ରହିଛି। ଏହି ଜିଲାରେ କୌଣସି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନ ଥିବାରୁ ଏଠାରେ ମନ୍ଦିର ନିର୍ମାଣ କାର୍ଯ୍ୟକୁ ବନ୍ଦ କରାଯାଇ ନ ଥିଲା। ତେବେ ନିର୍ମାଣ ସମୟରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଥିବା ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ପୁରୁଣା ମନ୍ଦିର ୯ ଏକର ପରିମିତ ଜମିରେ ରହିଥିବାବେଳେ ଏହାର ପରିସୀମାକୁ ବୃଦ୍ଧି କରାଯାଇଛି। ମନ୍ଦିର ନିର୍ମାଣ ପାଇଁ ୧୯୦୦ ଏକର ଜମିକୁ ୩୦୦ କୋଟି ଟଙ୍କାରେ କିଣାଯାଇଛି। ମନ୍ଦିର ନିର୍ମାଣରେ ୩୯ କିଲୋଗ୍ରାମ୍‌ ସୁନା ଏବଂ ୧୭୫୩ ଟନ୍‌ ରୁପା ବ୍ୟବହୃତ କରାଯିବ। ମନ୍ଦିର ନିର୍ମାଣରେ ମୋଟ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି। ମନ୍ଦିର ଶିଖରରେ ୨୭ କିଲୋଗ୍ରାମ୍‌ ସୁନା ବ୍ୟବହାର କରାଯିବ। ମନ୍ଦିରର ପ୍ରବେଶ ଦ୍ୱାରରେ ୧୫୬ ଉଚ୍ଚ ତମ୍ବାରେ ନିର୍ମିତ ପ୍ରଭୁ ହନୁମାନଙ୍କ ମୂର୍ତ୍ତି ରହିବ। ଏହାକୁ ଲୋକେ ତେଲଙ୍ଗାନା ତିରୁପତି ମନ୍ଦିର ବୋଲି କହୁଛନ୍ତି। ୨୦୧୬ଠାରୁ ମନ୍ଦିର ନିର୍ମାଣ ଜାରି ରହିଥିବାବେଳେ ଏହା ଖୁବ୍‌ ଶୀଘ୍ର ଶେଷ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri