ଲକ୍‌ଡାଉନ୍‌ରେ ବେଆଇନ୍‌ ମଦ କାରଖାନା ଉପରେ ଚଢ଼ାଉ: ୪୭୪୦ ଲିଟର ମଦ, ୨୩ହଜାର ୮୦୦ ପୋଚ୍‌ ଜବତ; ମାଫିଆ ସମେତ ୧୫ ଗିରଫ

ବ୍ରହ୍ମପୁର ଅଫିସ,୨୨।୪ – କରୋନା ପାଇଁ ଜାରି ହୋଇଥିବା ଲକଡାଉନ୍‌ସମୟରେ ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ବୃଦ୍ଧି ପାଇଛି। ପୋଲିସ ପକ୍ଷରୁ ଟିମ୍‌ ଗଠନ କରାଯାଇ ପ୍ରତିଦିନ ଚଢଉ ଜାରି କରାଯାଉଛି। ସେହିଧାରାରେ ମଙ୍ଗଳବାର ରାତିରେ ଏକ ବେଆଇନ ମଦ କାରଖାନାରେ ଚଢାଉ କରି ବୈଦ୍ୟନାଥପୁର ପୋଲିସ ଅରବିନ୍ଦ ନଗର ୨ୟ ସାରଣୀର ମଦ ମାଫିଆ ଭାସ୍କର ସାହୁ (୬୧) ସମେତ ୧୫ଜଣଙ୍କୁ ଗିରଫ କରିଥିଲା। ବୁଧବାର ମାମଲା (ନଂ.୧୦୦/୨୦) ଅନୁସାରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାସ କହିଛନ୍ତି। ଘଟଣାରୁ ପ୍ରକାଶ ମଙ୍ଗଳବାର ବୈଦ୍ୟନାଥପୁର ପୋଲିସ ପୁଣିଥରେ ନିଜ ଥାନା ଅନ୍ତର୍ଗତଲାଞ୍ଜିପଲ୍ଲୀ ଜଳେଶ୍ବର ନିକଟରେ ଥିବା ଏକ ଇଟା ଭାଟି ନିକଟରେ ବେଆଇନ ଭାବେ ଦେଶୀ ମଦ ପ୍ରସ୍ତୁତ କାରଖାନାରେ ଚଢାଉ କରି ବଡ ଧରଣର ସଫଳତା ହାସଲ କରିଛି। ଘଟଣାସ୍ଥଳରୁ ପୋଲିସ ୪୭୪୦ ଦେଶୀ ମଦ ଓ ୨୩,୮୦୦କେଜି ପୋଚ ଜବତ କରିଛି। ମଦ ମାଫିଆ ଭାସ୍କର ସାହୁ (୬୧)ଙ୍କ ସମେତ ୧୫ ଜଣଙ୍କୁ କାବୁ କରିଥିଲା। ଏହାସହିତ ପୋଲିସ ଘଟଣା ସ୍ଥଳରୁ ମଦ ତିଆରି ପାଇଁ ବ୍ୟବହୃତ ହଣ୍ଡା ,ପ୍ଲାଷ୍ଟିକ ଡ୍ରମ , ଲେବଲ ଓ ୨ ଟି ମଦ ପାଉଚ ପ୍ୟାକିଂ ମେଶିନ ଜବତ କରିଥିବା କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri