ଲକ୍‌ଡାଉନ୍‌ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ ଭାବେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ଏଥିରେ ସ୍ବେଚ୍ଛାକୃତ ଭାବେ ବହୁସଂଖ୍ୟାରେ ଜନସାଧାରଣ ଯୋଗଦେଇ ରେକର୍ଡ ସଂଖ୍ୟାରେ ରକ୍ତଦାନ କରିଥିଲେ। ମୋଟ ୧୪୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ପୂଜା କମିଟି, ନାଗରିକ ମଞ୍ଚ, ବଣିକ ସଂଘର ସଦସ୍ୟମାନେ ମଧ୍ୟ ରକ୍ତଦାନ କରିଥିଲେ। ଏହି ଶିବିରରେ ସାମାଜିକ ଦୂରତାକୁ ଧ୍ୟାନ ଦିଆଯାଇଥିଲା। ରାଇକିଆ ଥାନା ଅଧିକାରୀ ଅଲେଖ ଗରଡିଆଙ୍କ ତତ୍ତ୍ୱାବଧାନରେରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ରକ୍ତଭଣ୍ଡାର ଅଫିସର ଜୟଦୀପ କୁମାର ଘୋଷ, ରାଜ୍ୟ ରେଡକ୍ରସର ଆଜୀବନ ସଦସ୍ୟ ପ୍ରଶାନ୍ତ ବେହେରା, ଫୁଲବାଣୀ ଟିମ୍‌ ହ୍ୟୁମାନିଟି ଆବାହକ ଲୋକନାଥ ରାଜୁ, ବଣିକ ସଂଘ ସମ୍ପାଦକ ବିଜୟ କୁମାର ପଣ୍ଡା, ସାହାରା ସମ୍ପାଦକ ସୁକାନ୍ତ ନାୟକ, ପୂଜା କମିଟି ସଭାପତି ଡିଲୁ ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଜି.ଉଦୟଗିରି ଏସ୍‌ଡିପିଓ ଜୟକୃଷ୍ଣ ବେହେରା, ଡିଏସ୍‌ପି କେ. ପି. ପଟ୍ଟନାୟକ, ବିଡ଼ିଓ ପ୍ରବୀଣ କୁମାର ବାଣୁଆ, ତହସିଲଦାର ସାରଦା କାନ୍ତି ଦଳେଇ, ରାଇକିଆ ମେଡିକାଲ ଅଫିସର ଯୋଗ ଦେଇ ଶିବିରର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri