ଲକ୍‌ଡାଉନ୍‌ର ୩ୟ ଦିନ, ରାଜଧାନୀ ଜନଶୂନ୍ୟ

ଭୁବନେଶ୍ୱର,୨୪।୩ (ବ୍ୟୁରୋ)-ଲକ୍‌ଡାଉନ୍‌ର ତୃତୀୟ ଦିନରେ ରାଜଧାନୀ ରାଜରାସ୍ତା ଶୂନଶାନ ଦେଖିବାକୁ ମିଳିଛି। ପୋଲିସ ଏବଂ ଜରୁରୀ ସେବା ଯୋଗାଉଥିବା କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ଦେଖିବାକୁ ମିଳି ନ ଥିଲା। ଲକ୍‌ଡାଉନ୍‌ ପରଦିନ ରାଜଧାନୀର ଅଧିକାଂଶ ଲୋକେ ଏହି ନିୟମକୁ ମାନି ନ ଥିଲେ। ସେମାନେ ବାଇକ୍‌ ଧରି ବୁଲାବୁଲି କରୁଥିବାର ଦେଖିବାକୁ ମିଳିଥିଲା। ଯାହାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ଯୁବକମାନଙ୍କୁ ବାହାରକୁ ନ ଛାଡ଼ିବା ପାଇଁ ପରିବାର ଲୋକଙ୍କୁ ନିବେଦନ କରିଥିଲେ। ଯଦି କେହି ଏହି ଲକ୍‌ଡାଉନ୍‌କୁ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଥିଲା। ଯାହାଫଳରେ ମଙ୍ଗଳବାର ଅଯଥାରେ ବୁଲୁଥିବା ଲୋକଙ୍କୁ ଦେଖିବାକୁ ମିଳି ନ ଥିଲା।
ଯାଞ୍ଚ ପାଇଁ ବ୍ୟାରିକେଡ:
ସୁରକ୍ଷା ପାଇଁ ରାଜଧାନୀରେ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସେମାନେ ବିଭିନ୍ନ ଛକରେ ଲୋକଙ୍କୁ ଯାଞ୍ଚ କରି ଛାଡୁଛନ୍ତି। ବିଶେଷ କରି ରାଜଧାନୀର ବାଣୀବିହାର, ରାମମନ୍ଦିର, ଆଚାର୍ଯ୍ୟବିହାର, ଜୟଦେବ ବିହାର, ସିଆରପି, ପାଓ୍ବାର ହାଉସ୍‌,ଏଜି, ରାଜମହଲ, କ୍ୟାପିଟାଲ ହସ୍ପିଟାଲ ସମେତ ଅନ୍ୟ ଛକମାନଙ୍କରେ ବ୍ୟାପକ ଯାଞ୍ଚ କରାଯାଇଥିଲା। ସୋମବାର ପରି ମଙ୍ଗଳବାର ପୋଲିସ ତାର ଚେକିଂରେ କିଛି ପରିବର୍ତ୍ତନ କରିଥିଲା। ସୋମବାର ପୋଲିସ ଦଉଡ଼ି ଦ୍ୱାରା ରାସ୍ତା ଅବରୋଧ କରି ଯାଞ୍ଚ କରୁଥିଲା। ମଙ୍ଗଳବାର ମୁଖ୍ୟ ଛକମାନଙ୍କରେ ରାସ୍ତା ଉପରେ ବାଉଁଶ ପୋତି ବ୍ୟାରିକେଡ କରାଯାଇଥିଲା। ଗୋଟିଏ ବାଇକ ଯିବା ପାଇଁ ବାଟ ରଖାଯାଇଥିଲା।
ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ଦାବ କଲା ସଂଘ:

ରାଜଧାନୀର ବିଭିନ୍ନ ଛକରେ ଯାଞ୍ଚ କରୁଥିବା ପୋଲିସ ଏବଂ ଟ୍ରାଫିକ ପୋଲିସ ଏବେ ଅସୁରକ୍ଷିତ। ସେମାନେ ଯାଞ୍ଚ କରିବା ସମୟରେ ଗାଡିକୁ ଛୁଇଁବା ସହ କାଜପତ୍ରଧରି ଯାଞ୍ଚ କରୁଛନ୍ତି। ତେଣୁ କରୋନା ଭୂତାଣୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଦାବି କରାଯାଇଛି। ପୋଲିସ କର୍ମଚାରୀଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ସେମାନଙ୍କୁ ପରିବାର ଠାରୁ ଅଲଗା ରଖିବା ପାଇଁ ଓଡ଼ିଶା ହାବିଲଦାର ଓ ସିପାହି ସଂଘ ଦାବି କରିଛି। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ପ୍ରତି ଯତ୍ନବାନ ହେବାକୁ ସଂଘ କହିଛି। ଅନ୍ୟପଟରେ ଦେଖିବାକୁ ଗଲେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ସାନିଟାଇଜର ଦିଆଯାଉନାହିଁ। ସେମାନେ ଜୀବନକୁ ବାଜି ଲଗାଇ ବିଭିନ୍ନ ଛକରେ ଯାଞ୍ଚ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?