ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଗୁଜବକୁ ନେଇ ପ୍ରତିକ୍ରିୟା ରଖିଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୩୦।୩: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରଯାଇଛି। ତେବେ ଏହି ଲକ୍‌ଡାଉନ୍‌ର ଅବଧି ଆଗକୁ ବୃଦ୍ଧି ପାଇବ ବୋଲି ଯେଉଁ ଗୁଜବ ସୃଷ୍ଟି ହୋଇଛି ତା’କୁ ନେଇ ସରକାର ସୋମବାର ପ୍ରତିକ୍ରୟା ରଖିଛନ୍ତି। ଏହି ଗୁଜବକୁ ଖଣ୍ଡନ କରିବା ସହ ଲକ୍‌ଡାଉନ୍‌ର ଅବଧିକୁ ବୃଦ୍ଧି କରିବାକୁ ଏପର୍ଯ୍ୟନ୍ତ କୌଣସି ଯୋଜନା କରାଯାଇନାହିଁ ବୋଲି ନିଜ ସଫେଇରେ କହିଛନ୍ତି କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବା। ଏହି ଖବର ଶୁଣି ସରକାର ମଧ୍ୟ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ବୋଲି ରାଜୀବ କହିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଯାହା ଏପ୍ରିଲ ୧୪ରେ ଶେଷ ହେଉଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ସୋମବାର କ୍ୟାବିନେଟ ସଚିବ ରାଜୀବ ଗାବାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେରାନାକୁ ନେଇ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ସଚିବ ଓ ଡିଜିପିଙ୍କ ସହ ରାଜୀବ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଥିଲେ। ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌କୁ କଡ଼ାକଡ଼ି ଲାଗୁ କରିବା ପାଇଁ କ୍ୟାବିନେଟ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri