ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ ବୁଧବାର ବାଲିଗୁଡ଼ା ଏସ୍‌ଡିପିଓ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଦାରିଙ୍ଗବାଡ଼ି ସମେତ ସିମନବାଡ଼ି ଅଞ୍ଚଳରେ ଲୋକଙ୍କୁ ସଚେତନ କରିବା ସହ ତାଗିଦ କରିଛନ୍ତି। ବାହାରେ ବୁଲୁଥିବା ଲୋକଙ୍କ ହାତରେ ପ୍ଲାକାର୍ଡ ଧରାଇ ସଚେତନ କରାଇଥିଲେ । ଧୀରେଧୀରେ ଲୋକେ ସଚେତନ ହୋଇ ଘରେ ରହୁଥିବା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ କହିଛନ୍ତି । କିଛି ଲୋକ ଘରେ ନ ରହି ପୋଲିସର ଗତିବିଧିକୁ ଅଧିକା ନଜର ରଖୁଥିବାରୁ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ଏସ୍‌ଡିପିଓ ବାରିକ କହିଛନ୍ତି । କିଛି ବାଇକ, ଅଟୋ ଚାଳକଙ୍କୁ ଅଟକାଇ ତାଙ୍କ ହାତରେ ପ୍ଲାକାର୍ଡ ଧରାଇଥିଲେ। ମାତ୍ର କିଛି ଉଲ୍ଲଂଘନକାରୀ ଲଜ୍ଜାରେ ଉକ୍ତ ପ୍ଲାକାର୍ଡ ଧରିବା ବଦଳରେ ଆମକୁ ମାଡ଼ମାରି ଛାଡ଼ିଦିଅ ବୋଲି କହିଥିଲେ। ତେବେ ଏହି ପ୍ଲାକାର୍ଡ ଦ୍ୱାରା ଅଧିକ ଜନସଚେତନ ହୋଇଥିବା ସେ କହିଛନ୍ତି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ, ଏସଆଇ ଅନିଲ କୁମାର ଦେବତା ପ୍ରମୁଖ ଏସ୍‌ଡିପିଓଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରିବା ସହ ଏହି ସଚେତନ କରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri