ଲକ୍‌ଡାଉନ୍‌: ଔଷଧ ନାଁରେ ବାହାରେ ବୁଲୁଛନ୍ତି ଲୋକେ

ରଘୁନାଥପୁର, ୨୮।୩ (ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ ରଘୁନାଥପୁର ବ୍ଲକ ଅଞ୍ଚଳରେ ଲୋକମାନେ ଏହାକୁ ମାନୁ ନ ଥିବା ଦେଖାଯାଉଛି। ଔଷଧ ନହେଲେ ଖାଦ୍ୟ ସାମଗ୍ରୀ ଆଣିବା ନଁାରେ ଅନେକ ଲୋକ ଘରୁ ବାହାରି ପଦାରେ ବୁଲୁଛନ୍ତି। ବ୍ଲକ ଅଧୀନ ରଘୁନାଥପୁର ଓ ରେଢ଼ୁଆ ହାଟରେ ଅନେକ ସମୟରେ ଲୋକଙ୍କ ଗହଳି ଲାଗି ରହୁଥିବାରୁ ସ୍ଥାନୀୟ ତହସିଲଦାର ପୋଲିସ ସହ ସେଠାରେ ପହଞ୍ଚତ୍ ସାମାଜିକ ଦୂରତା ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ସ୍ଥାନୀୟ ସରପଞ୍ଚଙ୍କ ସହ ଆଲୋଚନା କରି ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଏହାଛଡ଼ା ସପ୍ତାହକୁ ଦୁଇ ଦିନ ବସୁଥିବା ଏହି ହାଟ ଗୋଟିଏ ଦିନ ବସିବ (ସମୟ ସକାଳ ୯ଟାରୁ ଅପରାହ୍ନ ୧ଟା) ପର୍ଯ୍ୟନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ଅପ୍ୟପଟେ ଲକ୍‌ଡାଉନ୍‌ ପାଇଁ ରଘୁନାଥପୁର, ତାରପୁର ବାଇପାସ୍‌, ଜଇପୁର ଛକ, ରେଢୁଆ ହାଟ, ତରିକୁନ୍ଦ ବଜାର ଓ ବିଭିନ୍ନ ଜନଗହଳିପୂର୍ଣ୍ଣ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବିଭିନ୍ନ ସମୟରେ ଗାଁ ଭିତରକୁ ପିସିଆର୍‌ ଭ୍ୟାନ୍‌ ପଶି ପରିସ୍ଥିତି ଉପରେ ନଜର ରଖୁଛନ୍ତି। ଅନ୍ୟପଟେ ରାଜ୍ୟ ବା ଦେଶ ବାହାରୁ ଆସିଥିବା ୨୫ ଜଣଙ୍କୁ ହୋମ୍‌ ଆଇଶୋଲେସନରେ ରଖାଯାଇଥିବା ବେଳେ ପ୍ରତିଦିନ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଛି ବୋଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ସୁକାନ୍ତ କୁମାର ଦଳାଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri