ଲକ୍‌ଡାଉନ୍‌ କୋହଳ ହେଲେ ବି କରୋନା ଭୂତାଣୁ ହୋଇନି ଶେଷ: ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ

ନୂଆଦିଲ୍ଲୀ,୨୬।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ଅବସ୍ଥା ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଜାରି ରହିଥିବା ଲକ୍‌ଡାଉନ୍‌କୁ କିଛି ପରିମାଣରେ କୋହଳ ମଧ୍ୟ କରାଯାଇଛି। ତେବେ କରୋନା ଭୂତାଣୁ ଏବେ ମଧ୍ୟ ଦେଶରେ ରହିଛି। ପ୍ରତି ଦିନ ସଂକ୍ରମିତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଅର୍ଥ ବ୍ୟବସ୍ଥାରେ ସୁଧାର ପାଇଁ ଲକ୍‌ଡାଉନ୍‌କୁ କିଛି ମାତ୍ରାରେ କୋହଳ କରାଯାଇଛି। କିନ୍ତୁ ସରକାର ତଥା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରିବା ଅପରିହାର୍ଯ୍ୟ। ନିରନ୍ତର ନିଦ୍ଦିଷ୍ଟ ସମୟ ଅନ୍ତରରେ ହାତ ଧୋଇବା, ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଆଦି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା କରୋନା ସଂକ୍ରମଣରୁ ଦୂରେଇ ରହିହେବ। ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦର ବିଶେଷଜ୍ଞଙ୍କ ଅନୁସାରେ ଭାରତ ବର୍ତ୍ତମାନ ବି କରୋନା ସଂକ୍ରମଣର ଶୀର୍ଷରେ ପହଞ୍ଚି ନାହିଁ। ସମାନ ମନ୍ତବ୍ୟ ଏମ୍ସ୍‌ର ନିର୍ଦ୍ଦେଶକ ଡ. ରଣଦୀପ୍‌ ଗୁଲେରିଆ ମଧ୍ୟ ଦେଇଛନ୍ତି। ଭାରତ ଜୁନ୍‌-ଜୁଲାଇରେ କରୋନା ସଂକ୍ରମଣର ଶୀର୍ଷରେ ପହଞ୍ଚିବ। ଏହାପରେ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିବ ବୋଲି ବିଶେଷଜ୍ଞ ମତପୋଷଣ କରୁଛନ୍ତି। ସେତେବେଳର ସ୍ଥିତି ସାମ୍ପ୍ରତିକ ଅବସ୍ଥାଠାରୁ ଅଧିକ ଖରାପ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri