ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ସିଲ୍‌ ହେଲା ମଦ ଦୋକାନ

ଡେରାବିଶ, ୯।୪ (ସ୍ବ.ପ୍ର.)-ମହାମାରୀ କରୋନାକୁ ସାରାଦେଶରେ ଲକ୍‌ଡାଉନ୍‌ କରାଯାଇଥିବା ବେଳେ ରାଜ୍ୟରେ ଏହାକୁ କଡ଼ାକଡ଼ି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ସମସ୍ତ ମଦ ଦୋକନ ବନ୍ଦ ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ କେନ୍ଦ୍ରାପଡ଼ା ବ୍ଲକ ଅଧୀନ ବାଲିଆ ବଜାରରେ ଥିବା ଏକ ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନରେ ବୁଧବାର ରାତିରେ ମଦ ବିକ୍ରି କରାଯାଉଥିବା ଅଭିଯୋଗ ହେବା ପରେ ଅବକାରୀ ବିଭାଗ ପକ୍ଷରୁ ଉକ୍ତ ଦୋକାନକୁ ସିଲ୍‌ କରାଯାଇଛି। ଏଥିସହ ଦୋକାନରେ ଥିବା ୭୦୦ରୁ ଊର୍ଦ୍ଧ୍ୱ ଲିଟର ବିଦେଶୀ ମଦ ବୋତଲ ଜବତ କରାଯାଇଥିବା ଜିଲା ଅବକାରୀ ଇନ୍ସପେକ୍ଟର ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଜିଲାରେ ଥିବା ସମସ୍ତ ସରକାରୀ ସ୍ବୀକୃତିପ୍ରାପ୍ତ ଦେଶୀ ଓ ବିଦେଶୀ ମଦ ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ବାଲିଆଠାରେ ଥିବା ଉକ୍ତ ମଦ ଦୋକାନରେ ଖୁଲମଖୁଲା ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଖବରପାଇ ଅବକାରୀ ବିଭାଗ ଓ ସଦର ଥାନା ପୋଲିସ୍‌ ମିଳିତ ଭାବେ ଚଢ଼ାଉ କରିଥିଲେ। ଇନ୍ସପେକ୍ଟର ସାହୁଙ୍କ ସମେତ ଏସ୍‌ଆଇ ଅଂଶୁମାନ ଜେନା, ସଦର ଥାନାଧିକାରୀ ପ୍ରମୋଦ କୁମାର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚତ୍ବା ସହ ସମ୍ପୃକ୍ତ ମଦ ଦୋକାନ ମାଲିକଙ୍କୁ ଫୋନ୍‌ ଯୋଗେ ଡକାଇଥିଲେ। ମାତ୍ର ମଦ ଦୋକାନୀ ନ ଆସିବାରୁ ଡେରାବିଶ ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମହାନ୍ତିଙ୍କ ଉପସ୍ଥିତିରେ ଦୋକାନରୁ ସମସ୍ତ ମଦ ବୋତଲକୁ ଜବତ କରାଯାଇଥିଲା। ଏଥିସହିତ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିବା ଇନ୍ସପେକ୍ଟର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri