ଲକ୍‌ଡାଉନ୍‌ ନିୟମ ସାମାନ୍ୟ କୋହଳ କଲେ ଜିଲାପାଳ: ସକାଳ ୭ରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବା ବଳବତ୍ତର

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ ରବିବାରଠାରୁ ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ କୋହଳ କରିଛନ୍ତି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। ମହାନଗର ନିଗମରେ ଥିବା ମାର୍କେଟ କମ୍ପ୍ଲେକ୍ସ ଓ ଆବାସିକ ମାର୍କେଟ କମ୍ପ୍ଲେକ୍ସ ଖୋଲାରହିବ। ଏନେଇ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ୫୦ ପ୍ରତିଶତ ଏଥିରେ କର୍ମଚାରୀ ରହିବେ ଅପରପକ୍ଷରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ, ପଞ୍ଜିକୃତ ମାଛ, ମାଂସ, ଅଣ୍ଡା ଦୋକାନ ପୂର୍ବଭଳି ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ହିଁ ଖୋଲା ରହିବ। ଔଷଧ ଦୋକାନ ୨୪ ଘଣ୍ଟା ଖୋଲିବ। ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱକୁ ଜିଲାପାଳ ବାଧ୍ୟତାମୂଳକ କରିଛନ୍ତି । ଏଥିରେ ଖିଲାପ କଲେ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ସରକାରୀ ଜମିରେ ଦୋକାନ ଖୋଲିପାରିବନି। ବରିଷ୍ଠ ନାଗରିକ ଓ ଶିଶୁ ଘରେ ରହିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିସହ ଘରକୁ ଘର ଯାଇ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନୀମାନେ ପହଞ୍ଚାଇବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ପୂର୍ବଭଳି ଜିଲାରେ ମଦ, ମଲ୍‌, ଫାଷ୍ଟଫୁଡ୍‌, ଚା’ ଓ ପାନ ଦୋକାନ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ସନ୍ଦେହଜନକ ଅବସ୍ଥାରେ ବିବାହିତ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ସ୍ବାମୀ ପୋଡି ଦେଇଥିବା ଅଭିଯୋଗ ଆଣିଲେ…

ପାଟଣାଗଡ,ବେଲପଡ଼ା,୧୨/୧୨(ସଚ୍ଚିଦାନନ୍ଦ ମହାକୁର),(ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ଥାନା କଟାପାଲିରେ ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଜଣେ ବିବାହିତ ମହିଳାଙ୍କର ଅର୍ଦ୍ଧଦଗ୍ଧ ମୃତଦେହ...

ତେରଗାଁ-ମହାକାଳପଡ଼ା ଲୁଣାନଦୀ ସେତୁ ନିର୍ମାଣ ବନ୍ଦ କଲେ ଲୋକେ

ମହାକାଳପଡ଼ା,୧୨ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ସେତୁ ନିର୍ମାଣ କାର୍ଯ୍ୟ ଅଗ୍ରଗତି ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏହି ନିର୍ମାଣ କାର୍ଯ୍ୟକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri