ଲକ୍‌ଡାଉନ୍‌: ପୂର୍ବାହ୍ନ ୧୧ଟା ପରେ କେବଳ ଔଷଧ ଦୋକାନ ଖୋଲିବ

ଏରସମା, ୫ ।୪ (ସ୍ୱ.ପ୍ର.)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ଘର ଆଖପାଖ ଅଞ୍ଚଳକୁ ସଟ୍‌ଡାଉନ୍ କରି ଦିଆଯିବା ସହ କେବଳ କେତେକ ଔଷଧ ଦୋକାନ ଖୋଲିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଏ ପର୍ଯ୍ୟନ୍ତ ଜଗତ୍‌ସିଂପୁର ଜିଲାରୁ କେହି କୋଭିଡ-୧୯ ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇ ନ ଥିଲେ ହେଁ ଜିଲା ସମେତ ସମସ୍ତ ବ୍ଲକ ପ୍ରଶାସନ ପକ୍ଷରୁ ନାନା ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି । ଏରସମା ବ୍ଲକ ଅଞ୍ଚଳରେ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ପ୍ରଶାସନ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ଏହାପରେ କେବଳ ଔଷଧ ଦୋକାନଗୁଡ଼ିକ ଖୋଲିବ ବୋଲି ଜଣାପଡ଼ିଛି । ଅଧିକ ସମୟ ପର୍ଯ୍ୟନ୍ତ ଦୋକାନ ଖୋଲିବା ଯୋଗୁ ଦୋକାନ ନିକଟରେ ପ୍ରବଳ ଭିଡ଼ ଜମୁଥିବାରୁ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏ ନେଇ ସ୍ଥାନୀୟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତଙ୍କ ନିର୍ଦ୍ଦେଶକ୍ରମେ ଡାକବାଜୀ ଯନ୍ତ୍ର ଯୋଗେ ପ୍ରଚାର କରାଯାଇଛି । ନିୟମ ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସ ଜାରି ହୋଇଛି। ଏରସମା ଥାନା ଅଧିକାରୀ ପ୍ରଶାନ୍ତ କୁମାର ମାଝିଙ୍କ ସମେତ ବିଡିଓ ଓ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ବିଭିନ୍ନ ସ୍ଥାନରେ ପହଞ୍ଚି ତଦାରଖ କରୁଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri