ଲକ୍‌ଡାଉନ୍‌ ପ୍ରଭାବ: ତାମିଲନାଡୁର ୮ ହଜାରରୁ ଅଧିକ ମନ୍ଦିରରେ ଗୋଟିଏ ବେଳା ପୂଜା

ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ସରକାରଙ୍କ ଲକ୍‌ଡାଉନ୍‌ ମାର୍ଗଦର୍ଶିକା ଅନୁସାରେ ସମସ୍ତ ଧାର୍ମିକସ୍ଥଳକୁ ବନ୍ଦ ରଖାଯାଇଛି। ମନ୍ଦିରରେ କେବଳ କିଛି ପୂଜକ ଠାକୁରଙ୍କ ପୂଜା କରୁଛନ୍ତି। ଶ୍ରଦ୍ଧାଳୁଙ୍କ ପ୍ରବେଶ ବାରଣ କରାଯାଇଛି। ଏହାଯୋଗୁ ମନ୍ଦିରଗୁଡ଼ିକର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ଆର୍ଥିକ ସ୍ଥିତି ଖରାପ ଯୋଗୁ ବହୁ ମନ୍ଦିରରେ ଗୋଟିଏ ବେଳା ପୂଜା କରାଯାଉଛି। ତାମିଲନାଡୁରେ ୮୦୦୦ରୁ ଅଧିକ ମନ୍ଦିରରେ ଗୋଟିଏ ବେଳା ପୂଜା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବାସ କରୁଥିବା ୬୫ ହଜାର ପୂଜକଙ୍କ ପାଇଁ ହଜାରେ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ମନ୍ଦିର ଗୁଡ଼ିକର ଆୟ ନ ଥିବାରୁ ବିଦ୍ୟୁତ୍‌ ବିଲ୍‌ ଛାଡ୍‌ ପାଇଁ ତାମିଲନାଡୁର କିଛି ମନ୍ଦିର କର୍ତ୍ତୃପକ୍ଷ ଦାବି କରିଛନ୍ତି। ସେହିପରି ଉତ୍ତରାଖଣ୍ଡରେ ୧୦୦ରୁ ଅଧିକ ମନ୍ଦିର ଖୋଲା ଯାଇଛି। ମାତ୍ର ଶ୍ରଦ୍ଧାଳୁଙ୍କ ସଂଖ୍ୟା ଯଥେଷ୍ଟ କମ୍‌ ରହିଥିବାରୁ ପୂଜକ ତଥା ମନ୍ଦିରର ଆୟ ହୋଇପାରୁନି। ଗୟାରେ ବହୁ ଶ୍ରଦ୍ଧାଳୁ ପିଣ୍ଡଦାନ କରିବାକୁ ଯାଇଥାନ୍ତି। କିନ୍ତୁ ଲକ୍‌ଡାଉନ୍‌ ଯୋଗୁ ଏବେ ଏଠାକାର ଗଙ୍ଗାକୂଳ ଜନଶୂନ୍ୟ ହୋଇପଡ଼ିଛି। ଏଭଳି ଅବସ୍ଥା ଉଜ୍ଜୟନୀ, ନାସିକ୍‌, ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ଦେଖିବାକୁ ମିଳୁଛି। ତିରୁପତି ମନ୍ଦିରରେ ଲକ୍‌ଡାଉନ୍‌ ଯୋଗୁ ବର୍ତ୍ତମାନ ସୁଦ୍ଧା ଦାନରେ ମିଳୁଥିବା ୪୦୦ କୋଟି ଟଙ୍କାର କ୍ଷତି ହୋଇଛି। ଏହି ମନ୍ଦିରରେ ୨୧ ହଜାରରୁ ଅଧିକ କର୍ମଚାରୀ କାମ କରିଥାନ୍ତି। ମନ୍ଦିରର ଆର୍ଥିକ ସ୍ଥିତି ଖରାପ ହେବାରୁ କର୍ମଚାରୀଙ୍କ ଭବିଷ୍ୟତ ଅନିଶ୍ଚିତ ହୋଇପଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଆସିଲା ପ୍ରିୟଙ୍କା ଗାନ୍ଧୀଙ୍କ ବୟାନ, କହିଲେ ଭାରତରେ…

ନୂଆଦିଲ୍ଲୀ,୨୫ା୭: ଏନ୍‌ଇଇଟି ପେପର ଲିକ୍‌ ବିବାଦକୁ ନେଇ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ଚାପରେ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

କ୍ୟାଟ୍ରିନାଙ୍କୁ ମିଳିଲା ବଡ଼ ଅଫର୍‌

ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ସ୍ପିରିଟ’ ଆଜିକାଲି ଚର୍ଚ୍ଚାରେ ରହିଛି। କିଛି ମାସ ପୂର୍ବରୁ ଦୀପିକା ପାଦୁକୋନ ଏହି ପ୍ରୋଜେକ୍ଟରୁ ଓହରି ଯାଇଥିଲେ। ତୃପ୍ତି ଡିମରି…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri