ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ ଭାବେ ମାନୁଥିବା ବେଳେ ଆଉ କେତେକ ଅମାନିଆ ହୋଇ ରାସ୍ତାରେ ବୁଲୁଛନ୍ତି। ତେବେ ଏହାକୁ କଡ଼ାକଡି ଭାବେ ପାଳନ କରିବାକୁ ମୁନିଗୁଡ଼ା
ଥାନା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ଦେହୁରୀଙ୍କ ନିର୍ଦ୍ଦେଶରେ ମୁନିଗୁଡାର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି। ବିନା କାରଣରେ ବୁଲୁଥିବା ଲୋକଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ଜଣାପଡ଼ିଛି l ସେହିପରି ପୂର୍ବାହ୍ନ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଖୋଲା ରହୁଥିବା ଦୋକାନଗୁଡିକରେ ଲୋକେ ଭିଡ଼ ଜମାଇବା ସହ ସାମାଜିକ ଦୂରତା ରକ୍ଷା କରୁ ନ ଥିବାରୁ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ମୁନିଗୁଡ଼ା ତହସିଲଦାର ଦେବାଶିଷ ଗୌଡ଼ ଓ ବିଡିଓ ଦିଲ୍ଲୀପ କୁମାର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ମୁନିଗୁଡ଼ାର ୭ଟି ସ୍ଥାନରେ ପରିବା ଦୋକାନକୁ ସ୍ଥାନାନ୍ତର କରାଯାଇଛି l ଅନ୍ୟପଟେ ହୋମଗାର୍ଡ ପ୍ଲାଟୁନ କମାଣ୍ଡର ସନ୍ତୋଷ ପାଢ଼ୀଙ୍କ ନେତୃତ୍ୱରେ ଏକ ହୋମଗାର୍ଡ ଟିମ୍‌ ଗଠନ କରାଯାଇ ସାଇକେଲ ଯୋଗେ ସାହି ସାହି ବୁଲି ଲୋକମାନଙ୍କୁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri