ଲକ୍‌ଡାଉନ୍‌ ଯୋଗୁ କମିଛି ଅପରାଧ,ଏପ୍ରିଲ୍‌ରେ ଇ-ଫାଇଲିଂ ଦ୍ୱାରା ଦାଏର ହୋଇଛି ୩୦୫ ମାମଲା: ସିଜେଆଇ ବୋବ୍‌ଡେ

ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସ୍ଥିତିରେକ ସୁଧାର ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ଏହା ଦ୍ୱାରା ଆପରାଧୀକ ମାମଲା ଘଟିବା ମଧ୍ୟ କମ୍‌ ହୋଇଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡେ କହିଛନ୍ତି। ଜାନୁୟାରୀରେ ପ୍ରତିଦିନ ସୁପ୍ରିମ୍‌କୋର୍ଟରେ ୨୦୫ ମାମଲା ଦାଏର ହେଉଥିବା ବେଳେ ପରବର୍ତ୍ତୀ ସମୟରେ ଲକ୍‌ଡାଉନ୍‌ ଯୋଗୁ ଆପରାଧୀକ ମାମଲା କମିବାରେ ଲାଗିଛି। ଏପ୍ରିଲ୍‌ରେ ଇ-ଫାଇଲିଂରେ ମାତ୍ର ୩୦୫ ମାମଲା ଦାଏର ହୋଇଥିବା ବୋବ୍‌ଡେ ସୂଚନା ଦେଇଛନ୍ତି। ଦେଶରେ ଦେଖାଦେଇଥିବା ମହାମାରୀର ମୁକାବିଲା ପାଇଁ ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ଏହାର ସୁଫଳ ମଧ୍ୟ ମିଳିବାରେ ଲାଗିଛି। ଏଭଳି ସଙ୍କଟ ସମୟରେ ସଂସଦ, ପ୍ରଶାସନ ଏବଂ ନ୍ୟାୟପାଳିକା ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଜନସାଧାରଣଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଲେ କୋର୍ଟ ଏଥିରେ ହସ୍ତକ୍ଷେପ କରିବା ଅପରିହାର୍ଯ୍ୟ ହୋଇପଡ଼ିବ। ତେବେ ଦେଶରେ ଲୋକଙ୍କ ସୁବିଧା ସୁଯୋଗ ପ୍ରତି ସରକାର ଯଥେଷ୍ଟ ସଚେତନ ରହିଛନ୍ତି। ଏନେଇ ଦିନରାତି କାର୍ଯ୍ୟ ମଧ୍ୟ ଜାରି ରହିଛି। ପ୍ରବାସୀ ଶ୍ରମିକଙ୍କ ପାଇଁ ଯାହା ସମ୍ଭବ ସେପରି ପଦକ୍ଷେପ ନ୍ୟାୟପାଳିକା ପକ୍ଷରୁ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଭିଡ଼ିଓ କନଫରେନ୍ସିଂରେ କୋର୍ଟର କାର୍ଯ୍ୟ କରାଯିବାର ଯୋଜନା ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତରରେ ବୋବ୍‌ଡେ କହିଛନ୍ତି ଯେ, ଏଭଳି କୌଣସି ନିଷ୍ପତ୍ତି ହୋଇନାହିଁ। ତେବେ ଭିଡ଼ିଓ କନଫରେନ୍ସିଂ କେବେ ମଧ୍ୟ କୋର୍ଟର ସ୍ଥାନ ନେଇ ପାରିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?