ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ ହୋଇଛନ୍ତି। ବିଶେଷ କରି ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ନିଜ ଜମାରାଶି ଉଠାଣ କରିବାରେ ବଡ ସମସ୍ୟା ଦେଖାଦେଇଛି। ଏବେବି ଟାଙ୍ଗି-ଚୌଦ୍ୱାର ବ୍ଲକର ବିଭିନ୍ନ ପଞ୍ଚାୟତରେ ଏଟିଏମ୍‌ ସେବାର ବ୍ୟବସ୍ଥା ନାହଁି। ଦୁଇ ଚକିଆ ଯାନ ଉପରେ ଉପରେ କଟକଣା ଲାଗୁ ହୋଇଥିବାରୁ ଗ୍ରାମାଞ୍ଚଳର ଲୋକେ ଦୂର ଦୁରନ୍ତାରୁ ଚୌଦ୍ୱାର ସହରକୁ ଆସି ଟଙ୍କା ଉଠାଇବା ପାଇଁ ଉଚିତ୍‌ ମନେ କରୁନାହାନ୍ତି। ଏଭଳି ସ୍ଥିତିରେ ଚୌଦ୍ୱାର ଆଗ୍ରାହାଟ ସ୍ଥିତ ୟୁକୋ ବ୍ୟାଙ୍କ ତରଫରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ଘରପାଖରେ ପଇସା ଉଠାଣ ପାଇଁ ଭ୍ରାମ୍ୟମାଣ ଏଟିଏମ୍‌ ସେବା ଆରମ୍ଭ କରିଛି । ଶନିବାର ସ୍ଥାନୀୟ ବରହମପୁର ପଞ୍ଚାୟତରୁ ଏହି ସେବା ଲୋକମାନଙ୍କୁ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଏହି ସେବା ଜାରି ରହିବ ବୋଲି ଆଗ୍ରାହାଟ ଶାଖା ମ୍ୟାନେଜର ସେକ୍‌ ୱାସିମ୍‌ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଆଗ୍ରାହାଟସ୍ଥିତ ଏହି ୟୁକୋ ବ୍ୟାଙ୍କ ଉପରେ ଆଖପାଖ ଅଗ୍ରାହାଟ, ଶଙ୍କରପୁର, ବରହମପୁର,ବଡସାମନ୍ତରାପୁର,ମଙ୍ଗରାଜପୁର,ବାଣିପଦା, କୟଳପଡା ଆଦି ପଞ୍ଚାୟତର ଲୋକେ ନିର୍ଭର କରିଥାନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?