ଲକ୍‌ଡାଉନ୍‌ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍‌ ରକ୍ତ

ସୋନପୁର,୧୯।୪(ନି.ପ୍ର.)
କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ ଶନିବାର ଆୟୋଜିତ ହୋଇଥିଲା ସ୍ବେଚ୍ଛାକୃତ ରକ୍ତଦାନ ଶିବିର। ଗ୍ରାମାଞ୍ଚଳର ମହିଳା ଓ ପୁରୁଷମାନେ କରୋନାକୁ ଭୟ ନ କରି ସାମାଜିକ ଦୂରତା ରକ୍ଷା କରି ଆଗ୍ରହର ସହିତ ରକ୍ତଦାନ କରିଥିଲେ। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ବାହନ ଦ୍ୱାରା ମୋଟ ୫୫ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ଡାକ୍ତର ଘନଶ୍ୟାମ ମେହେରଙ୍କ ତତ୍ତ୍ୱାବଧାନରେ ନରେଶ ଚନ୍ଦ୍ର ମେହେର, ଟେକ୍‌ନିସିଆନ ତାପସ ରଞ୍ଜନ ସାହୁ, ସେଖ୍‌ ଅବଦୁଲ ଆଶ୍ରଫ ଅଲି, ଅଶୋକ ଧଳ, ସୁଶିଲ ସୁନା ରକ୍ତ ସଂଗ୍ରହ କରିଥିଲେ । ସାମାଜିକକର୍ମୀ ଲଳିତ ନାୟକ ଶିବିରର ଶୁଭାରମ୍ଭ କରିଥିଲେ। ବଲାଙ୍ଗୀର ବିଇଙ୍ଗ ହ୍ୟୁମାନ ଫାଉଣ୍ଡେସନର ସଭାପତି ସୋମନାଥ ମିଶ୍ର, ସମ୍ପାଦକ ବିବେକ ପୁଟେଲ, ତାପସ ମହାନ୍ତି, ବ୍ରଜ ଗୋପାଳ ସିଂ, ରୋଶନ ସୁନା, ଖବରଦାତା ସୃଜନ କୁମାର ପଣ୍ଡା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri