ଲକ୍‌ଡାଉନ୍‌ ସ୍ଥିତି: ବାଲ୍‌କୋନିରେ ବିବାହ କଲେ ଏହି ଯୋଡ଼ି, ଝରକା ପଟେ ଶୁଭେଚ୍ଛା ଜଣାଇଲେ ପଡ଼ୋଶୀ

ସ୍ପେନ୍‌: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଥିବା ବେଳେ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ବିବାହ ପରି ସାମାଜିକ କାର୍ଯ୍ୟକ୍ରମ ପ୍ରତି ମଧ୍ୟ କଟକଣା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ପେନ୍‌ର ଏକ ଯୋଡ଼ି ଶୁକ୍ରବାର ବାଲ୍‌କୋନିରେ ଠିଆ ହୋଇ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗୋଟିଏ ବର୍ଷ ପୂର୍ବରୁ ଏହି ଯୋଡ଼ିଙ୍କ ବିବାହ ହେବ ବୋଲି ସମସ୍ତ ପ୍ରସ୍ତୁତି ଚାଲିଥିଲା। ଏବେ କରୋନା ଆତଙ୍କ ଯୋଗୁ ବିବାହ ଆଡ଼ମ୍ବରରେ ନ ହୋଇ ଘରର ବାଲ୍‌କୋନିରେ ସମ୍ପନ୍ନ ହୋଇଛି।

ଏହି ବିବାହରେ ପଡ଼ୋଶୀମାନେ ଦମ୍ପତିଙ୍କୁ ଝରକା ପଟେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଭିଡିଓଟି କୋରୁଗା ସହରର ଏକ ଆପାର୍ଟମେଣ୍ଟର। ବର ଡାନିଏଲ୍‌ ସେମିନା ଏବଂ କନ୍ୟା ଅଲ୍‌ବା ଡିଆଜ୍‌ ଜୋର୍‌ରେ ପାଟି କରି ଆମେ ବିବାହ କରୁଛୁ ବୋଲି କହିଥିଲେ। ଏଥିରେ ପଡ଼ୋଶୀମାନେ ଝରକା ପଟେ ସେମାନଙ୍କୁ ଆଶୀର୍ବାଦ କରିବା ସହ ଶୁଭେଚ୍ଛା ଜଣାଇଥିଲେ।
ଅନ୍ୟପକ୍ଷରେ ୟୁରୋପ ମହାଦେଶର ଅଧିକାଂଶ ଦେଶ କରୋନା ଭାଇରସ୍‌ରେ ପ୍ରଭାବିତ। ଏହାକୁ ଲକ୍ଷ୍ୟ ରଖି ଲକ୍‌ଡାଉନ୍‌ ସ୍ଥିତି ଜାରି କରାଯାଇଛି। ସ୍ପେନ୍‌ରେ ଶନିବାର ସକାଳ ସୁଦ୍ଧା କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୫୭୧ ହୋଇଥିବା ବେଳେ ୧୦୯୩ ଜଣଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri