ଲକ୍‌ଡାଉନ୍‌ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଯଦି ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷରୁ ଅଧିକ ହୋଇଥାନ୍ତା। ସେହିପରି ମୃତକଙ୍କ ସଂଖ୍ୟା ୩୪ ହଜାର ଟପିଥାନ୍ତା। ଏନେଇ ମୁମ୍ବାଇର ଇଣ୍ଟରନ୍ୟାଶ୍‌ନାଲ୍‌ ଇନଷ୍ଟିଚ୍ୟୁଟ୍‌ ଫର୍‌ ପପୁଲେଶନ୍‌ ସାଇନ୍ସେସ୍‌(ଆଇଆଇପିଏସ୍‌) ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶରେ ଲକ୍‌ଡାଉନ୍‌ ପୂର୍ବରୁ କରୋନା ସଂକ୍ରମଣ ହାର ୨.୫୬ ପ୍ରତିଶତ ରହିଥିଲା। ଲକ୍‌ଡାଉନ୍‌ ମଧ୍ୟଭାଗରେ ଏହା ୧.୫୬ ପ୍ରତିଶତ ରହିଥିଲା। ମେ ୪ ସୁଦ୍ଧା ସଂକ୍ରମଣ ହାର ୧.୧୬ ରହିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ଲକ୍‌ଡାଉନ୍‌ ଘୋଷଣା ନ ହୋଇଥିଲେ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୭୪ ହଜାର ୬୯୪ ହୋଇଥାନ୍ତା। ସେହିପରି ମୃତ୍ୟୁ ସଂଖ୍ୟା ୩୪ ହଜାର ୩୧୯ ଛୁଇଁଥାନ୍ତା। ଲକ୍‌ଡାଉନ୍‌ ଯୋଗୁ ଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଯଥେଷ୍ଟ କମ୍‌ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri