ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ ସମ୍ପୃକ୍ତ ଉଲ୍ଲଂଘନକାରୀଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ଏବଂ ଭାରତୀୟ ଦଣ୍ଡବିଧି ଆଇନ (ଆଇପିସି) ବଳରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି।
ପ୍ରଥମେ ୨୧ ଦିନିଆ, ତା’ ପରେ ଆଉ ଦୁଇଥର ଏବଂ ରବିବାର ଚତୁର୍ଥ ଥର ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା ଅବସରରେ ଲକ୍‌ଡାଉନ୍‌ ୪ ସମ୍ପର୍କରେ ସଙ୍କେତ ଦେଇଥିଲେ। ନୂଆ ନିୟମ ସହ ଏହି ଲକ୍‌ଡାଉନ୍‌ କୋହଳ ହେବ ବୋଲି ଅନେକେ ଆଶା ବାନ୍ଧିଥିଲେ। ହେଲେ ଏଥର ମଧ୍ୟ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇବା ଭଳି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ। ଫଳରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣରୁ ଆଶା କରିଥିବା ଲୋକେ ଏବେ ନିରାଶ ହୋଇଛନ୍ତି। ଏପରି କି ଅନେକ କ୍ଷେତ୍ରରେ ଲକ୍‌ଡାଉନ୍‌ ଉଲ୍ଲଂଘନ ହେବା ନେଇ ମଧ୍ୟ ଆଶଙ୍କା ସୃଷ୍ଟି ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କୌଣସି ବ୍ୟକ୍ତି ଏହି ପଦକ୍ଷେପଗୁଡ଼ିକୁ ଅମାନ୍ୟ କଲେ ତାଙ୍କ ବିରୋଧରେ ଡିଜାଷ୍ଟର ମ୍ୟାନେଜ୍‌ମେଣ୍ଟ ଆକ୍ଟ, ୨୦୦୫ର ଧାରା ୫୧ରୁ ୬୦ ପର୍ଯ୍ୟନ୍ତ ଏବଂ ଆଇପିସିର ଧାରା ୧୮୮ ଅନୁସାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। କୌଣସି ଅଧିକାରୀଙ୍କୁ କର୍ତ୍ତବ୍ୟ ପାଳନରେ ବାଧା ସୃଷ୍ଟି କଲେ କିମ୍ବା କେନ୍ଦ୍ର ଅଥବା ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶନାମାର ଅନୁପାଳନ କରିବାକୁ ମନାକଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ୍‌ କିମ୍ବା ଜରିମାନା ଏବଂ ସ୍ଥଳ ବିଶେଷରେ ଉଭୟ ଦଣ୍ଡରେ ଦଣ୍ଡିତ କରାଯିବ। ଏପରି ଅବମାନନା ବା ଅନୁପାଳନକୁ ପ୍ରତ୍ୟାଖ୍ୟାନ ଯୋଗୁ କାହାର ଜୀବନହାନି ଘଟିଲେ କିମ୍ବା ବିପଜ୍ଜନକ ସ୍ଥିତି ସୃଷ୍ଟି ହେଲେ ସେହି ବ୍ୟକ୍ତିଙ୍କୁ ୨ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଭୋଗିବାକୁ ପଡ଼ିବ। କୌଣସି ବ୍ୟକ୍ତି ରିଲିଫ୍‌ ସହାୟତା, ମରାମତି, ନିର୍ମାଣ କିମ୍ବା ଅନ୍ୟ ସୁବିଧା ହାତେଇବା ପାଇଁ ମିଥ୍ୟା ତଥ୍ୟ ପ୍ରଦାନ କଲେ ତାଙ୍କୁ ଦୁଇବର୍ଷ ପର୍ଯ୍ୟନ୍ତ ଜେଲ୍‌ ସହ ଜରିମାନା କରାଯିବ। ଅନୁରୂପ ଭାବେ କେହି ମିଛ ସତର୍କତା ଜାରି କରି ଲୋକଙ୍କୁ ଭୟଭୀତ କରାଇଲେ ତାଙ୍କୁ ୧ ବର୍ଷ ଜେଲ୍‌ ସହ ଜରିମାନା ମଧ୍ୟ ହୋଇପାରେ। ଯଦି ଏପରି ଅବମାନନା ଯୋଗୁ ମାନବ ଜୀବନ, ସ୍ବାସ୍ଥ୍ୟ ଓ ନିରାପତ୍ତା ବିପନ୍ନ ହୁଏ କିମ୍ବା ଦଙ୍ଗା ସୃଷ୍ଟି ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୬ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ୧ ହଜାର ଟଙ୍କା ଜରିମାନା ଅଥବା ଉଭୟ ଦଣ୍ଡ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri