Posted inଜାତୀୟ

ଲକ୍‌ଡାଉନ୍‌ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ

ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨ ଦିନ ମଧ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ପ୍ରାୟ ୧୭ ଶହ ଲୋକଙ୍କ ମୃତ୍ୟୁ ହୋଇଛି।
ମେ ୧୮ରେ ଦେଶରେ ଲକଡାଉନ ୪.୦ ଲାଗୁ କରାଯାଇଥିଲା। ଉକ୍ତ ଦିନ ଦେଶରେ ସମୁଦାୟ କରୋନା ରୋଗୀଙ୍କ ସଂଖ୍ୟା ୯୬ ହଜାର ୧୬୯ ଥିଲା। ଏଥିମଧ୍ୟରୁ ୩ ହଜାର ୨୯ ଜଣଙ୍କର ମୃତ୍ୟୁ ହୋଇ ସାରିଥିବାବେଳେ ୩୬ ହଜାର ୮୨୩ ଲୋକ ସୁସ୍ଥ ହୋଇ ନିଜ ଘରକୁ ଫେରିଥିଲେ।
ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାରି କରାଯାଇଥିବା ରିପୋର୍ଟ ମୁତାବକ, ୧୨ ଦିନ ପରେ ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୬୫ ହଜାର ୭୯୯ କୁ ବୃଦ୍ଧି ପାଇଛି। କରୋନା ଯୋଗୁ ଏପର୍ଯ୍ୟନ୍ତ ୪ ହଜାର ୭୦୬ ଲୋକ ପ୍ରାଣ ହରାଇଛନ୍ତି।
ଚତୁର୍ଥ ପର୍ଯ୍ୟାୟରେ ଲକଡାଉନରେ, କରୋନାର ନୂଆ ମାମଲା ପ୍ରତିଦିନ ବୃଦ୍ଧି ପାଇଛି। ମେ ୧୮ରେ ୫୨୪୨, ୧୯ରେ ୪୯୭୦, ୨୦ରେ ୫୬୧୧, ୨୧ରେ ୫୬୦୯, ୨୨ରେ ୬୦୮୮,୨୩ରେ ୬୬୫୪, ୨୪ରେ ୬୭୬୭, ୨୫ରେ ୬୯୭୭, ୨୬ରେ ୬୫୩, ୨୭ରେ ୬୩୮୭, ୨୮ରେ ୬୫୬୬ ନୂଆ ମାମଲା ଏବଂ ୨୯ରେ ୭୪୬୬ ମାମଲା ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri