ଲକ୍‌ଡାଉନ ଉଠିବା ପରେ ବାହାର ରାଜ୍ୟରୁ ଫେରିବେ ଲୋକେ: ନାମ ପଞ୍ଜିକରଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି

ଛତ୍ରପୁର, ୨୧।୪( ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍‌ଡାଉନ ଉଠିବା ପରେ ସେମାନେ ଗଞ୍ଜାମ ଜ଼ିଲ୍ଲାକୁ ପ୍ରତ୍ୟାବର୍ତ୍ତନ କରିବେ। ସେମାନଙ୍କୁ ବାହାର ରାଜ୍ୟ ଫେରନ୍ତା ଭାବରେ ବିବେଚନା କରାଯିବ। ଯେଉଁମାନେ ଫେରିବାକୁ ଇଚ୍ଛୁକ ସେମାନେ ସଂପୃକ୍ତ ସରପଞ୍ଚଙ୍କ ପାଖରେ ଆଗୁଆ ନାମ ପଞ୍ଜିକରଣ କରିବେ। ଏ ନେଇ ଜିଲା ପ୍ରସାଶନ ପକ୍ଷରୁ ଏକ ସ୍ବତନ୍ତ୍ର ଫର୍ମ ଜାରି କରାଯାଇଛି। ଡିଓସିଏସ.ଗୁଗୁଲ.କମ୍‌ରେ କ୍ଲିକ କରି ଫର୍ମ ପୂରଣକରି ମୋବାଇଲରେ ମଧ୍ୟ ଦାଖଲ କରିପାରିବେ। ଏହିପରି ଭାବେ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଜିଲାକୁ ସ୍ବାଗତ କରିହେବ। ଯେଉଁମାନେ ପଞ୍ଜିକରଣ ନ କରି ଜିଲ୍ଲାକୁ ଫେରିବାକୁ ଚାହିଁବେ ସେମାନଙ୍କୁ ଆସିବାକୁ ଅନୁମତି ଦିଆଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ବାହାର ରାଜ୍ୟ ଫେରନ୍ତା ବ୍ୟକ୍ତି ସିଧା ପଞ୍ଜିକରଣ କରିଥିବା ପଞ୍ଚାୟତର ନିରୁପୀତ କ୍ବାରାଣ୍ଟାଇନ୍‌ କେନ୍ଦ୍ରରେ ପହଞ୍ଚିବେ। ସେଠାରେ ସେମାନଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯିବ। ଅସୁବିଧା ଥିଲେ ନମୂନା ଅଧିକ ପରୀକ୍ଷା ପାଇଁ ପଠାଯିବ। ସେଠାରେ ତାଙ୍କୁ ୧୪ ଦିନ କ୍ବାରାଣ୍ଟାଇନରେ ରଖାଯିବ। ପରିବାର ଲୋକଙ୍କ ସହ ସେମାନେ ମିଶିପାରିବେ ନାହିଁ। ପ୍ରତ୍ୟେକ କ୍ବାରାଣ୍ଟାଇନ ବ୍ୟକ୍ତିଙ୍କୁ ମାଗଣା ଖାଇବା ପିଇବା ବ୍ୟବସ୍ଥା କରାଯିବ ଏବଂ ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ। କ୍ବାରାଣ୍ଟାଇନ ଶେଷ ହେବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ୨୦୦୦ ଟଙ୍କା ପ୍ରଦାନ କରି ନିଜ ଘରକୁ ଚଡ଼ାଯିବ। କ୍ବାରାଣ୍ଟାଇନରେ ରହିବା ପାଇଁ କୌଣସି ବୟସ ସମୟସୀମା ନିର୍ଦ୍ଧାରଣ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri