ଲକ୍‌ଡାଉନ ଉଠିଲେ ହେବ ବାକି ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା କଟକଣା ଯୋଗୁ ଯୁକ୍ତ୨ ପରୀକ୍ଷାକୁ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଏବେ ବାକି ଥିବା ପରୀକ୍ଷା କିପରି ହେବ ତାହାକୁ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଚଳାଇଛି। ଲକ୍‌ଡାଉନ ଶେଷ ହେବାପରେ ଏହି ପରୀକ୍ଷା କରାଯିବ। ଏଥିପାଇଁ ବିଭାଗ ପୂରା ପ୍ରସ୍ତୁତ ରହିଛି ଓ ସରକାରଙ୍କ ନିର୍ଦ୍ଦେଶ ଆସିବା ମାତ୍ରେ ତୁରନ୍ତ ପରୀକ୍ଷା ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସାମାଜିକ ଦୂରତା ନିୟମକୁ ପାଳନ କରି ପରୀକ୍ଷା କରାଯିବ। ତେବେ କେତେକ କଲେଜକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଚୟନ ଆଉଥରେ କରାଯିବ ବୋଲି ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମଙ୍ଗଳବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ କରିଥିଲେ। ଏଥିରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ଦାଶ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପାଠପଢା ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସିବିଏସ୍‌ସି ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ବାକିଥିବା ଯୁକ୍ତ୨ ପିଲାଙ୍କ ପରୀକ୍ଷା କରାଯିବା ନେଇ ନିଷ୍ପତ୍ତି ହେବାପରେ ରାଜ୍ୟରେ ବାକି ଥିବା ଯୁକ୍ତ୨ ପରୀକ୍ଷା ସଂକ୍ରାନ୍ତରେ ଏହି ସୂଚନା ଦେଇଛନ୍ତି। ଏହାସହ କେନ୍ଦ୍ରମନ୍ତ୍ରୀ ପିଲାଙ୍କ ନିକଟରେ ବହି ପହଞ୍ଚାଇବା, ଅନ୍‌ଲାଇନରେ ପାଠପଢା କଥା ଉପରେ ମଧ୍ୟ ଆଲୋଚନା କରିଥିବାବେଳେ ଓଡ଼ିଶାରେ ଏହା ଜାରି ରହିଥିବା ମନ୍ତ୍ରୀ ଦାଶ ସୂଚନା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri