ଲକ୍‌ଡାଉନ ବଢ଼ିଲେ ଅଧିକାଂଶ ମୃତ୍ୟୁ ଭୋକରେ ହେବ: ନାରାୟଣମୂର୍ତ୍ତି

ନୂଆଦିଲ୍ଲୀ,୧।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାର ଅବଧି ମେ’ ୩କୁ ଶେଷ ହେବାକୁ ଥିବା ବେଳେ ଦେଶରେ ଲକ୍‌ଡାଉନକୁ ଆହୁରି ବୃଦ୍ଧି କରାଯିବାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ଆଶଙ୍କା ମଧ୍ୟରେ ଦେଶର ପ୍ରତିଷ୍ଠିତ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ର ପ୍ରତିଷ୍ଠାତା ଏନ୍‌ ନାରାୟଣମୂର୍ତ୍ତିଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି। ଯଦି ମେ’୩ ପରେ ବି ଦେଶରେ ଲକ୍‌ଡାଉନ ଜାରି ରୁହେ ତେବେ କରୋନା ଭାଇରସ୍‌ ଅପେକ୍ଷା ଅଧିକାଂଶ ମୃତ୍ୟୁ ଭୋକରେ ହେବ ବୋଲି ସେ କହିଛନ୍ତି। ତେଣୁ ସରକାର ବାସ୍ତବିକ ଭାବେ ଚିନ୍ତା କରନ୍ତୁ ବୋଲି ନାରାୟଣମୂର୍ତ୍ତି ପରାମର୍ଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଆମକୁ ବୁଝିବାକୁ ପଡ଼ିବ ଯେ, ଭାରତ ଦୀର୍ଘ ଦିନ ଧରି ଲକ୍‌ଡାଉନ ପରିସ୍ଥିତିକୁ ସହ୍ୟ କରିପାରିବ ନାହିଁ। ଯଦି ଏହି ଲକ୍‌ଡାଉନ ଆଗକୁ ବୃଦ୍ଧି କରାଯାଏ ତେବେ ଏପରି ଏକ ସମୟ ଆସିବ ଯେତେବେଳେ କରୋନାଠାରୁ ଅଧିକ ମୃତ୍ୟୁ ଲୋକଙ୍କର ଭୋକରେ ହେବ। ପ୍ରତିବର୍ଷ ୯୦ଲକ୍ଷ ଲୋକଙ୍କ ମୃତ୍ୟୁ ବିଭିନ୍ନ କାରଣରୁ ହୋଇଥାଏ। ଯଦି ୯୦ ଲକ୍ଷ ଲୋକଙ୍କ ମୃତ୍ୟୁର ତୁଳନା ଗତ ଦୁଇମାସ ମଧ୍ୟରେ ହୋଇଥିବା ମୃତ୍ୟୁ ସହ କରାଯାଏ, ତେବେ ଏହି ପରିସ୍ଥିତି ଭୟାନକ ନୁହେଁ ବୋଲି ମନେହେବ। ତେଣୁ ଏହି କରୋନା ଭାଇରସ୍‌କୁ ସାମାନ୍ୟ ସ୍ଥିତି ଭଳି ଗ୍ରହଣ କରିବାକୁ ପଡ଼ିବ ବୋଲି ନାରାୟଣମୂର୍ତ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri