ଲକ୍‌ଡାଉନ ବେଳେ ଚାଲିଛି ମଦ କାରବାର, ୬ ଗିରଫ

ଟିଟିଲାଗଡ଼, ୨୩।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ବେଳେ ଚାଲିଛି ମଦର ଅବାଧ କାରବାର। ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ବ୍ୟାପକ ରନ୍ଧା ମଦ କାରବାର ନେଇ ପୋଲିସ ଏବଂ ଅବକାର ବିଭାଗ ପକ୍ଷରୁ ପୃଥକଭାବେ ଚଢାଉ କରାଯାଇ ବ୍ୟାପକ ପରିମାଣରେ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ୬ଜଣଙ୍କୁ ଗିରଫ କରାଯାଇଛି। ଅବକାରୀ ଅଧିକାରୀ ଦେବରାଜ ଖମାରୀଙ୍କ ନେତୃତ୍ୱରେ କୁମ୍ଭେପଡା, ବୁର୍ଡିପଡା ରାସ୍ତାରେ ଚଢାଉ କରାଯାଇ ୪ ଜଣଙ୍କୁ ଧରାଯିବା ସହ ୨୦୦ ଲିଟର ମଦ, ମଦ ପ୍ରସ୍ତୁତି ଉପକରଣ ଜବତ କରାଯାଇଛି। ସେମାନଙ୍କଠାରୁ ୬ଟି ବାଇକ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମହେଶ୍ୱର ଘିବେଲା, ଯୋଗେଶ୍ୱର ମହାନନ୍ଦ, ଶୁଭ୍ୟବନ୍ତ ବାଗ ଓ ସୁଶୀଲ ଗହିର। ସେହିପରି ଟିଟିଲାଗଡ ଥାନା ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତିଙ୍କ ନେତୃତ୍ୱରେ ଥାନା ଅନ୍ତର୍ଗତ କାନିଜୁରି, ଟିଟିଡୁଙ୍ଗରି, ଶିଶାକାନି ଅଞ୍ଚଳରେ ଚଢାଉ ସମୟରେ ବ୍ୟାପକ ବିଦେଶୀ ଓ ରନ୍ଧା ମଦ ସାଙ୍ଗକୁ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଦୁର୍ଗା ଚନ୍ଦନ, ଅନାମ ବଗର୍ତ୍ତି, ଦେବରାଜ ବେହେରାଙ୍କୁ କୋର୍ଟଚାଲାଣ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri