ଲକ୍‌ଡାଉନ ବେଳେ ଚୋରା ମଦ କାରବାର: ୪ ଗିରଫ

ବଡ଼ବିଲ, ୩୦ା୪(ସ୍ବ.ପ୍ର.)-ଲକ୍‌ଡାଉନ ପାଇଁ ବିଭିନ୍ନ ଦୋକାନ ଖୋଲିବା ନେଇ କଟକଣା ଲାଗିଥିବାବେଳେ ମଦ ବିକ୍ରି ଉପରେ ନିଷେଧାଦେଶ ଲାଗିଛି। ହେଲେ ଲୁଚାଛପାରେ ବିକ୍ରି ହେଉଛି ମହୁଲି ଓ ବିଦେଶୀ ମଦ। ବଡ଼ବିଲ ପୋଲିସ ଚଢ଼ାଉ କରି ୨ଦିନରେ ମୋଟ ୧୨ ବୋତଲ ବିଦେଶୀ ମଦ ଓ ୨୦ ଲିଟର ମହୁଲି ମଦ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୪ଜଣ ଅଭିଯୁକ୍ତଙ୍କୁ ବୁଧବାର ଓ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ମୁଖ୍ୟ ବଜାରସ୍ଥିତ ଟୁରିଷ୍ଟ ଲଜ ମ୍ୟାନେଜର ଚନ୍ଦ୍ରସେନ ମହାନ୍ତ, ସହଯୋଗୀ ଛୋଟୁ ଗୁପ୍ତା, ଗାଢ଼ା ହଟିଂ ଅଞ୍ଚଳର କୈଳାଶ ପୂର୍ତ୍ତି ଏବଂ ଦଲକି ବସ୍ତିର ସୁରେଶ ମୁଣ୍ଡା। ବୁଧବାର ପୋଲିସ କୈଳାଶ ଓ ସୁରେଶଙ୍କ ନିକଟରୁ ମୋଟ ୨୦ ଲିଟର ମହୁଲି ମଦ ଜବତ କରିଛି। ସେହିପରି ଗୁରୁବାର ପୋଲିସ ଚନ୍ଦ୍ରସେନ ଓ ତାଙ୍କ ସହଯୋଗୀ ଛୋଟୁଙ୍କ ନିକଟରୁ ୧୨ ବୋତଲ ବିଦେଶୀ ମଦ ଜବତ କରିଛି। ସେମାନଙ୍କୁ ଯୋଗାଉଥିବା ଯୁବକଜଣକ ଫେରାର ହୋଇଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri