ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା ଦେଖାଯାଇଛି। ଏଥିରେ ପଶ୍ଚିମବଙ୍ଗ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଏମ୍‌ପି ଅପରୂପା ପୋଦାରଙ୍କ ନାଁ ଯୋଡି ହୋଇଯାଇଛି। ଗୁରୁବାର ସେ ଜନ୍ମ ଦେଇଥିବା କନ୍ୟା ସନ୍ତାନର ଡାକ ନାଁ ରଖିଛନ୍ତି ‘କରୋନା’। ଏମ୍‌ପିଙ୍କ ସ୍ବାମୀ ମହମ୍ମଦ ସକିର ଅଲି କହିଛନ୍ତି, ସେ ତାଙ୍କ ଜନ୍ମିତ କନ୍ୟା ଓ ଅନ୍ୟମାନଙ୍କୁ ଭବିଷ୍ୟତରେ ମନେପକାଇ ଦେବାକୁ ଚାହିଁଛନ୍ତି ଯେ କେଉଁ କଠିନ ପରିସ୍ଥିତିରେ ତାଙ୍କ ଝିଅ ‘କରୋନା’ର ଜନ୍ମ ହୋଇଥିଲା। କେମିତି କରୋନା ମାହାମାରୀ ବ୍ୟାପିଥିବା ବେଳେ ଲୋକେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖିନ ହୋଇଥିଲେ। ଅନ୍ୟପଟେ ଅପରୁପା କହିଛନ୍ତି କରୋନା ଏବେ ସାରା ବିଶ୍ୱରେ ତାଣ୍ଡବ ରଚି ଚାଲିଛି ହେଲେ ଏହାକୁ ନ ଡରି ଆମେ ଏହା ସହ ଲଢିବା ଦରକାର। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ହୁଗଳି ଜିଲା ଆରମବାଗ ଆସନରୁ ଏମ୍‌ପି ଥିବା ଅପରୂପା ଗୁରୁବାର ଏକ ଘରୋଇ ନିର୍ସି ହୋମରେ କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ୬ ବର୍ଷର ପୁତ୍ର ରହିଛି। ୨୦୦୭ରେ ତାଙ୍କର ବିବାହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri