ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳିଥିବା ବେଳେ କୋଭିଡ-୧୯କୁ ନେଇ ଜାରି କରାଯାଇଥିବା ନିୟମକୁ ଯେମିତି ବେଖାତିର କରିଛନ୍ତି ବୋଲି କୁହାଯାଉଛି। ଶୁକ୍ରବାର ଅର୍ଥାତ୍‌ ଏପ୍ରିଲ ୧୦ରେ ସେ ତାଙ୍କ ପରିବାର ସଦସ୍ୟ ଓ କେତେଜଣ ଦଳୀୟ କର୍ମୀଙ୍କୁ ନେଇ ଘରେ ଜନ୍ମଦିନ ପାଳନ କରିଥିଲେ। ଏହି ସମୟରେ ସେ କେକ୍‌ କାଟିବା ଓ ଏକ ବିରିୟାନି ଭୋଜିର ମଧ୍ୟ ଆୟୋଜନ କରିଥିବା କୁହାଯାଉଛି। ଏବେ କରୋନା ଭାଇରସ ସଂକ୍ରମଣକୁ ନେଇ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ବିଧାୟକଙ୍କ ଏଭଳି ଆଚରଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ କଂଗ୍ରେସର ବରିଷ୍ଠ ନେତା ଡି. କେ. ଶିବକୁମାର କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଭାଜପା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ଆଉ କେତେଜଣ ରାଜନେତା ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଶହ ଅତିକ୍ରମ କରିଥିବା ବେଳେ ଏକଥା କେମିତି ଭାଜପା ବିଧାୟକ ବୁଝି ପାରୁ ନାହାନ୍ତି ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri