ଲକ୍‌ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରଖିବା ସହ ଅର୍ଥନୀତିକୁ ଗୁରୁତ୍ୱ ଦେବାକୁ ହେବ ବୋଲି ସେ କହିଛନ୍ତି। ତେଣୁ କରୋନା ଦ୍ୱାରା ଗୁରୁତର ପ୍ରଭାବିତ ହୋଇଥିବା ହଟ୍‌ସ୍ପଟ୍‌ ବା ରେଡ୍‌ଜୋନ୍‌ଗୁଡ଼ିକରେ ମେ’୩ ପରେ ଲକ୍‌ଡାଉନ ବଳବତ୍ତର ରହିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ତାଲାବନ୍ଦରୁ ବାହାରିବା ଲାଗି କୋଭିଡ୍‌-୧୯ ସ୍ଥିତିକୁ ଲକ୍ଷ୍ୟ କରି ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ ଓ ଗ୍ରୀନ୍‌ ଜୋନ୍‌ରେ ବିଭକ୍ତ କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କୁ ମୋଦି ପରାମର୍ଶ ଦେଇଛନ୍ତି। ହଟ୍‌ସ୍ପଟ୍‌ ଜୋନ୍‌ଗୁଡ଼ିକରେ ଲକ୍‌ଡାଉନ ନିୟମାବଳୀ କଡ଼ାକଡ଼ି ପାଳନ କରିବା ରାଜ୍ୟ ଲାଗି ଗୁରୁତ୍ୱପୂର୍ଣ୍ଣ। ଦେଢ଼ ମାସ ଧରି ଦେଶ ଲକ୍‌ଡାଉନରେ ରହିବା ଫଳରେ ଅନେକ ସୁଫଳ ମିଳିଛି ଓ ହଜାର ହଜାର ଲୋକଙ୍କ ଜୀବନ ବଞ୍ଚତ୍ପାରିଛି। ଏବେ ଆଗକୁ ଅର୍ଥନୀତି ଉପରେ ଚିନ୍ତା କରିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ବିଶେଷଜ୍ଞମାନଙ୍କ କହିବା ଅନୁଯାୟୀ କରୋନା ଭୂତାଣୁର ପ୍ରଭାବ ଆଗାମୀ କିଛିମାସ ପର୍ଯ୍ୟନ୍ତ ଜାରି ରହିବ। ସେଥିପାଇଁ ସାମାଜିକ ଦୂରତ୍ୱ, ମାସ୍କ ପିନ୍ଧିବା ଓ ମୁହଁ ଘୋଡାଇବା ଲୋକମାନଙ୍କ ଜୀବନଶୈଳୀର ଏକ ଅଂଶ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଭିଡିଓ କନ୍‌ଫରେନ୍ସରେ ଭାଗ ନେଇଥିବା ଅଧିକାଂଶ ମୁଖ୍ୟମନ୍ତ୍ରୀ ମେ’ ୩ ପରେ ଲକ୍‌ଡାଉନ ବଢ଼ାଇବା ସପକ୍ଷରେ ମତ ରଖିଥିଲେ। ସାବଧାନତାର ସହିତ ଲକ୍‌ଡାଉନ ଉଠାଇବା ନେଇ ସବୁ ମୁଖ୍ୟମନ୍ତ୍ରୀ ସହମତ ହୋଇଥିଲେ। ତେଣୁ ଲକ୍‌ଡାଉନ ଜାରି ରଖିବା ସହ ଧୀରେ ଧୀରେ ଅର୍ଥନୈତିକ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ହେବ ବୋଲି ଆଲୋଚନା ପରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ଗଣମାଧ୍ୟମକୁ କହିଛନ୍ତି।
ଭିଡିଓ କନ୍‌ଫରେନ୍ସରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ, ପିଏମ୍‌ଓ ଏବଂ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ ପାଲାନିସାମୀ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ ସାଙ୍ଗମା, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ନାରାୟଣସ୍ବାମୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ମାର୍ଚ୍ଚ ୨୨ରୁ ପ୍ରଧାନମନ୍ତ୍ରୀଙ୍କର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏହା ଚତୁର୍ଥ ଭିଡିଓ କନ୍‌ଫରେନ୍ସ ଥିଲା।
ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଦାଦନ ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟକୁ ପଠାଇବା ଲାଗି କେନ୍ଦ୍ର ସରକାର ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରିବା ଲାଗି ମୁଖ୍ୟମନ୍ତ୍ରୀମାନେ ପ୍ରସ୍ତାବ ଦେଇଥିଲେ। ଦାଦନମାନଙ୍କ ସମସ୍ୟା ସମ୍ପର୍କରେ ବିହାର ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ଅର୍ଥନୀତିକୁ ସଜାଡ଼ିବା ଲାଗି ୨୦୦୮ରେ ଉପା ସରକାରଙ୍କ ଭଳି ବର୍ତ୍ତମାନର ସରକାର ଏକ ପ୍ରୋତ୍ସାହନ ପ୍ୟାକେଜ୍‌ ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀମାନେ ଦାବି କରିଥିଲେ। ତେବେ ପ୍ୟାକେଜ୍‌ ସମ୍ପର୍କରେ ପ୍ରଧାନମନ୍ତ୍ରୀ କୌଣସି ପ୍ରତିଶ୍ରୁତି ଦେଇ ନ ଥିବା ନାରାୟଣସ୍ବାମୀ କହିଛନ୍ତି। ଲକ୍‌ଡାଉନ ଉଠାଇବା ନିଷ୍ପତ୍ତି କେନ୍ଦ୍ର ଉପରେ ଛାଡ଼ିଦିଆଯାଇଛି। ବିଦେଶରେ ଅଟକି ରହିଥିବା ପର୍ଯ୍ୟଟକ ଓ ଛାତ୍ରୀଛାତ୍ରଙ୍କୁ ଫେରାଇଆଣିବା ଦିଗରେ ସରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀମାନେ ପ୍ରସ୍ତାବ ରଖିଥିଲେ। କରୋନା ସଂକ୍ରମଣ କମାଇବାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଓଡ଼ିଶା ଓ ବିହାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକୁ ମୋଦି ଉଚ୍ଚ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ

ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ…

ଦାଦନ ଖଟିବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଶୋକର ଛାୟା

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମପଂଚାୟତ ଅନ୍ତର୍ଗତ ଗୌଡ଼ ଢ଼େପାଗୁଡା ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ସୁଦୂର ଗୁଜରାଟ ରାଜ୍ୟକୁ…

ଲେଖି ରଖନ୍ତୁ ଯଦି…ରୋହିତ-କୋହଲିଙ୍କୁ ନେଇ ଏମିତି କଥା କହିଦେଲେ ସୁରେଶ ରାଇନା, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୨୬।୧୦:ଭାରତୀୟ କ୍ରିକେଟ୍‌ର ଦୁଇ ମହାନ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରୈନା। ‘ମିଷ୍ଟର…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ପ୍ରଶାସନ ତତ୍ପର, କାଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨୬।୧୦(ଉତ୍ତମ କୁମାର ଦାଶ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ର ମୁକାବିଲା ତଥା ପୂର୍ବ ପ୍ରସ୍ତୁତି ନେଇ କଳାହାଣ୍ଡି ଜିଲା ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି ।…

କୋହଲି-ରୋହିତଙ୍କ ପରେ ଏହି ୨ ଖେଳାଳି ଭାରତର ସୁପରଷ୍ଟାର: ପୂର୍ବତନ ଅଲ୍‌ରାଉଣ୍ଡଙ୍କ ମନ୍ତବ୍ୟ ସମସ୍ତଙ୍କୁ କଲା ଚକିତ

ନୂଆଦିଲ୍ଲୀ,୨୬।୧୦: ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟ୍‌ର ଦାୟିତ୍ୱ ନେବାକୁ ନୂଆ ପିଢ଼ି ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲ୍‌ରାଉଣ୍ଡର ଲାନ୍ସ କ୍ଲୁଜନର…

IPL 2027: ଚେନ୍ନାଇ ସୁପର କିଙ୍ଗ୍ସକୁ ମିଳିଲେ ନୂଆ କୋଚ୍, ଦାୟିତ୍ୱ ସମ୍ଭାଳିବେ…

ନୂଆଦିଲ୍ଲୀ,୨୬।୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଷ୍ଟାଫ୍‌ରେ ନୂଆ ନିଯୁକ୍ତି ହୋଇଛି । ଇଂଲଣ୍ଡର ପୂର୍ବତନ ବୋଲର ଗାରେଥ୍ ବ୍ୟାଟିଙ୍କୁ ଦଳର…

କୋଟିଆ ବିବାଦ, ଓଡିଶା ପୋଲିସ୍ ପୋଷ୍ଟ୍ ସ୍ଥାପନର ୨୪ ଘଣ୍ଟା ନପୁରୁଣୁ ଆନ୍ଧ୍ରର ଫୋର୍ସ ମୁତୟନ

ପଟ୍ଟାଙ୍ଗି,୨୬।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଦିନକୁ ଦିନ ବଢିବାରେ ଲାଗିଛି…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ: ୬ ବରିଷ୍ଠ ଅଧିକାରୀ ସସପେଣ୍ଡ

ଲକ୍ଷ୍ନୌ,୨୬।୧୦: ଉତ୍ତର ପ୍ରଦେଶ ବିଧାନ ପରିଷଦ ନିର୍ବାଚନ ସମୟରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ୬ ଜଣ ବରିଷ୍ଠ ଅଧିକାରୀଙ୍କୁ ସସପେଣ୍ଡ କରିଛନ୍ତି ନିର୍ବାଚନ ଆୟୋଗ । ଆଗ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?