ଲକ୍‌ଡାଉନ ୪.୦: ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ କର୍ଫ୍ୟୁ

କୋଲକାତା,୧୮।୫: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ୪.୦ର ସୋମବାର ହେଉଛି ପ୍ରଥମ ଦିନ। ଇତିମଧ୍ୟରେ ପଶ୍ଚିମବଙ୍ଗ ସରକାର ଲକ୍‌ଡାଉନ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ବିପଦକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ମେ ୩୧ ଯାଏଁ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ହେଲେ ରାଜ୍ୟରେ ଏହି ସମୟରେ କେତେକ କଟକଣାକୁ କୋହଳ କରାଯାଇଛି। ମେ ୨୧ରୁ ରାଜ୍ୟରେ ବସ୍‌ ସେବା ଆରମ୍ଭ ହେବାକୁ ଥିବା ବେଳେ ସେଲୁନ୍‌ ଓ ପାର୍ଲର ଖୋଲାଯିବ। ଏଥିସହ ରାତିରେ ଥିବା କର୍ଫ୍ୟୁ ଉପରେ ମଧ୍ୟ ରୋକୋ ଲଗାଯାଇଛି। କିନ୍ତୁ ସନ୍ଧ୍ୟା ୭ଟା ପରେ ଘରୁ ନ ବାହାରିବା ପାଇଁ ଜନତାଙ୍କୁ ମମତା ନିବେଦନ କରିଛନ୍ତି। ମେ ୨୧ପରେ କେବଳ କଣ୍ଟେନମେଣ୍ଟ ଜୋନକୁ ଛାଡିଦେଲେ ଅନ୍ୟ ସମସ୍ତ ସ୍ଥାନରେ ବଡ଼ ଷ୍ଟୋର ଖୋଲାଯିବ। ସେହିପରି ମେ ୨୭ରୁ ଅଟୋରିକ୍ସା ସେବା ଆରମ୍ଭ ହେବ ବୋଲି ସୂଚନା ରହିଛି। ଏଥିରେ ୨ଜଣ ଲୋକଙ୍କୁ ବସିବା ପାଇଁ ଅନୁମତି ପ୍ରଦାନ କରାଯିବ। ଏଥିସହ ଗୋଟିଏ ଦିନ ଅନ୍ତରରେ ସରକାରୀ ଓ ଘରୋଇ ଅଫିସ୍‌ ଖୋଲାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଅପରପକ୍ଷେ ପ୍ରବାସୀ ଶ୍ରମିକଙ୍କୁ ମମତା ଧର୍ଯ୍ୟ ରଖିବାକୁୁ କହିଛନ୍ତି। ଶ୍ରମିକଙ୍କ ଘର ଲେଉଟାଣି ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମମତା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri