ଲକ୍‌ ଡାଉନ୍‌: ୧୦୦ କିଲୋମିଟର ଚାଲିବା ପରେ ବି ଘରେ ପହଞ୍ଚି ପାରିଲେନି ବାଳିକା; ବାଟରେ ଘଟିଲା ମୃତ୍ୟୁ

ବିଜାପୁର,୨୧।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତରେ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ରାଜ୍ୟ ବାହାରକୁ କାମଧନ୍ଦା ଉଦ୍ଦେଶ୍ୟରେ ଯାଇଥିବା ବହୁ ଶ୍ରମିକ ଅଟକି ରହିଛନ୍ତି। ପରିବହନ ବ୍ୟବସ୍ଥା ବନ୍ଦ ରହିଥିବାରୁ ବହୁ ଶ୍ରମିକ ଚାଲିଚାଲି ଭିଟାମାଟିକୁ ଫେରୁଛନ୍ତି। ଛତିଶଗଡ଼ର ବିଜାପୁର ଜିଲାର ଭାନ୍ଦରପାଲ ଗାଁରୁ ୧୨ ବର୍ଷ ବୟସ୍କା ବାଳିକା ଜମାଲୋ ମଡ଼କାମ ତେଲେଙ୍ଗାନାର ପେରୁରୁ ଗାଁରେ ଲଙ୍କା ଚାଷ ହେଉଥିବା ଜମିରେ କାମ କରିବାକୁ କିଛି ଶ୍ରମିକଙ୍କ ସହିତ ଯାଇଥିଲେ। ଲକ୍‌ ଡାଉନ୍‌ ଯୋଗୁ ଚାଷ ଜମିରେ କାମ ବନ୍ଦ ହୋଇଯାଇଥିଲା। ଜମାଲୋ ତାଙ୍କ ସହିତ କାମ କରିବାକୁ ଯାଇଥିବା ଅନ୍ୟ ୧୩ ଜଣଙ୍କ ସହିତ ଗାଁକୁ ଚାଲି ଚାଲି ଫେରିବା ଆରମ୍ଭ କରିଥିଲେ। ଚାଲି ଚାଲି ୧୦୦ କିଲୋମିଟର ଆସିବା ପରେ ଗାଁଠାରୁ୧୧ କିଲୋମିଟର ଦୂରରେ ଜମାଲୋଙ୍କ ମୃତ୍ୟୁ ଘଟିଥିଲା। ୩ ଦିନ ଚାଲିବା ପରେ ଜମାଲୋଙ୍କ ଶରୀର ଅସୁସ୍ଥ ହୋଇପଡ଼ିଥିଲା। ସେ ଦୁର୍ବଳ ହୋଇ ଚେତା ହରାଇ ତଳେ ପଡ଼ିଯାଇଥିଲେ। ତାଙ୍କ ସହିତ ଥିବା ଲୋକେ ମାତା ସୁକମତି ଏବଂ ପିତା ଆନ୍ଦୋରାମଙ୍କ ପାଖକୁ ଫୋନ୍‌ କରିଥିଲେ। ଏହି ଦୁଃଖଦ ଘଟଣା ଜଣାପଡ଼ିବା ପରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ସିଂ ବାଘେଲ ଜମାଲୋଙ୍କ ପରିବାରକୁ ଏକ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି। ଜମାଲୋ ତାଙ୍କ ମାତାପିତାଙ୍କ ଏକ ମାତ୍ର ସନ୍ତାନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?